Posted inଜାତୀୟ

ଆଜି କୋର୍ଟରେ ହାଜର ହେବେ ଅତିକ୍‌ଙ୍କ ପୁଅ ଉମର

ଲକ୍ଷ୍ନୌ,୨୧।୪: ଗ୍ୟାଙ୍ଗଷ୍ଟର ଅତିକ୍‌ ଅହମ୍ମଦଙ୍କ ପୁଅ ଉମରଙ୍କୁ ଶୁକ୍ରବାର ସିବିଆଇ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ଉମର ବର୍ତ୍ତମାନ ଲକ୍ଷ୍ନୌ ଜେଲରେ ଅଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଙ୍କୁ କୋର୍ଟରେ ହାଜର କରାଯିବ ବୋଲି ସୂଚନା ରହିଛି। ଜାଲିଆତି, ଚୋରା ଚାଲାଣ, ଡକାୟତି, ପ୍ରତାରଣା, ଅପରାଧିକ ଷଡଯନ୍ତ୍ର ସମେତ ଅନେକ ଗୁରୁତର ମାମଲାରେ ୭ ଏପ୍ରିଲରେ ଅତିକ୍‌ ଅହମ୍ମଦ ଏବଂ ପୁଅ ଉମରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା।ତେବେ ଉମର ଅତିକ୍‌ଙ୍କ ଆଉ ଗୋଟିଏ ପୁଅ।

ସୂଚନାଯୋଗ୍ୟ, ଲକ୍ଷ୍ନୌ ବ୍ୟବସାୟୀ ମୋହିତ ଜୟସାୱଲଙ୍କୁ ୨୦୧୮ରେ ଅପହରଣ କରାଯାଇ ଦେଓରିଆ ଜେଲରେ ମାଡମାରିବା ଅଭିଯୋଗ ହୋଇଥିଲା। ଏହାପରେ ଡିସେମ୍ବର ୨୯ରେ ବ୍ୟବସାୟୀ ମୋହିତଏକ ଏଫଆଇଆର ଦାଖଲ କରିଥିଲେ। ସେ କହିଥିଲେ ଯେ ଦେଓରିଆ ଜେଲରେ ଥିବା ଅତିକ ତାଙ୍କ ଲୋକଙ୍କ ମାଧ୍ୟମରେ ତାଙ୍କୁ ଅପହରଣ କରି ଦେଓରିଆ ଜେଲକୁ ଅଣାଯାଇଥିଲା। ଏହାପରେ ଜେଲରେ ଥିବା ମାଫିଆ ଅତିକ୍‌ ଏବଂ ତାଙ୍କ ପୁଅ ଉମର ତାଙ୍କୁ ର୍ନିଦ୍ଦୟ ଭାବରେ ପିଟିଥିଲେ। ବର୍ତ୍ତମାନ ଏହି ମାମଲାର ଶୁଣାଣି ଚାଲିଛି। ଏହି ମାମଲାର ସାକ୍ଷ୍ୟ ଆଜି ସିବିଆଇ ସ୍ବତନ୍ତ୍ର କୋର୍ଟରେ ଆରମ୍ଭ ହୋଇପାରେ।

ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଅତିକ୍‌ ଏବଂ ତାଙ୍କ ଭାଇ ଅଶ୍ରଫଙ୍କୁ ଏପ୍ରିଲ ୧୫ରେ ପ୍ରୟାଗରାଜର କଲଭିନ ହସ୍ପିଟାଲ ବାହାରେ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri