Posted inଜାତୀୟ

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ ପଦ ସମ୍ଭାଳିବେ। ତେବେ ଆତିଶୀ ବର୍ତ୍ତମାନ ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ଦିଲ୍ଲୀ ରାଜନୀତିରେ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହେଲେ ଭାଜପା ନେତା କଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁଷମା ସ୍ବରାଜ ଯିଏକି ୧୯୯୮ରେ ୫୨ଦିନ ପଦ ସମ୍ଭାଳିଥିଲେ। ଏହାପରେ କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତ ଯିଏକି ୧୯୯୮ରୁ ୨୦୧୩ ଯାଏଁ ପ୍ରାୟ ୧୫ବର୍ଷ ଧରି ଶାସନ ଚଳାଥିଲେ। ଏହାପରେ କେଜରିଓ୍ବାଲ ଦିଲ୍ଲୀର ମଙ୍ଗ ଧରିଥିଲେ। ତେବେ ଏତେଦିନର ବ୍ୟବଧାନ ପରେ ଦିଲ୍ଲୀକୁ ଜଣେ ମହିଳା ମୁଖ୍ୟମନ୍ତ୍ରୀ ମିଳିବାକୁ ଯାଉଛନ୍ତି। ଯିଏକି ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।

ତେବେ ଆତିଶୀ ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବାକୁ ଯାଉଥିବାବେଳେ ଏବେଯାଏଁ ସବୁଠାରୁ କମ୍‌ ବୟସର ମୁଖ୍ୟମନ୍ତ୍ରୀ ଭାବେ ମାୟାବତୀ ରେକର୍ଡ କରିଛନ୍ତି। ସେ ମାତ୍ର ୩୯ ବର୍ଷ ବୟସରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ। ସେହିପରି ଜଣେ ମହିଳା ନେତା ଭାବେ ସେ ଅଖିଳେଶ ଯାଦବ ଓ ଯୋଗୀ ଆଦିତ୍ୟନାଥଙ୍କ ପରି ମୁଖ୍ୟମନ୍ତ୍ରୀ ଭାବେ ନିଜ ପାଞ୍ଚ ବର୍ଷର କାର୍ଯ୍ୟକାଳ ଶେଷ କରିଛନ୍ତି।

ମାୟାବତୀଙ୍କ ବ୍ୟତୀତ ଆଉଜଣେ ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେଲେରାବରି ଦେବୀ। ଯିଏକି ଆରଜେଡି ମୁଖ୍ୟ ଲାଲୁ ଯାଦବଙ୍କ ସ୍ତ୍ରୀ ଅଟନ୍ତି। ଚାରା ଘୋଟାଲା ଅଭିଯୋଗରେ ନିଜ ସ୍ବାମୀଙ୍କ ଗିରଫଦାରୀ ପରେ ସେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ। ସେତେବେଳେ ତାଙ୍କୁ ମାତ୍ର ୪୨ ବର୍ଷ ହୋଇଥିଲା। ସେ ୨୦୦୫ଯାଏଁ ବିହାରରେ ଶାସନ ଭାର ସମ୍ଭାଳିଥିଲେ।

ଏଆଇଡିଏମକେର ଡାଇନାମିକ୍‌ ନେତ୍ରୀ ଜୟଲଳିତା ୧୯୯୧ରେ ମାତ୍ର ୪୩ବର୍ଷ ବୟସରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଭାର ସମ୍ଭାଳିଥିଲେ। ଯଦିଓ ତାଙ୍କ କାର୍ଯ୍ୟକାଳ ବହୁ ବବାଦ ଘେରରେ ରହିଥିଲା। ୨୦୧୪ ସେପ୍ଟେମ୍ବର ୨୯ରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ମାମଲାରେ ସେ ଅଭିଯୁକ୍ତ ସାବ୍ୟସ୍ତ ହୋଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ପଦ ଥିବାବସ୍ଥାରେ ଅଭିଯୁକ୍ତ ହୋଇ ଗିରଫ ହେବାରେ ସେ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେହପିରି ୩୮ବର୍ଷ ବୟସରେ ଶଶିକଳା କାକୋଡକର ଗୋଆର ମୁଖ୍ୟମନ୍ତ୍ରୀ ହୋଇଥିବାବେଳେ ନନ୍ଦିନୀ ଶତପଥୀ ୪୧ବର୍ଷ ବୟସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri