Posted inଜାତୀୟ

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ ପଦ ସମ୍ଭାଳିବେ। ତେବେ ଆତିଶୀ ବର୍ତ୍ତମାନ ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ଦିଲ୍ଲୀ ରାଜନୀତିରେ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହେଲେ ଭାଜପା ନେତା କଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁଷମା ସ୍ବରାଜ ଯିଏକି ୧୯୯୮ରେ ୫୨ଦିନ ପଦ ସମ୍ଭାଳିଥିଲେ। ଏହାପରେ କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତ ଯିଏକି ୧୯୯୮ରୁ ୨୦୧୩ ଯାଏଁ ପ୍ରାୟ ୧୫ବର୍ଷ ଧରି ଶାସନ ଚଳାଥିଲେ। ଏହାପରେ କେଜରିଓ୍ବାଲ ଦିଲ୍ଲୀର ମଙ୍ଗ ଧରିଥିଲେ। ତେବେ ଏତେଦିନର ବ୍ୟବଧାନ ପରେ ଦିଲ୍ଲୀକୁ ଜଣେ ମହିଳା ମୁଖ୍ୟମନ୍ତ୍ରୀ ମିଳିବାକୁ ଯାଉଛନ୍ତି। ଯିଏକି ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।

ତେବେ ଆତିଶୀ ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବାକୁ ଯାଉଥିବାବେଳେ ଏବେଯାଏଁ ସବୁଠାରୁ କମ୍‌ ବୟସର ମୁଖ୍ୟମନ୍ତ୍ରୀ ଭାବେ ମାୟାବତୀ ରେକର୍ଡ କରିଛନ୍ତି। ସେ ମାତ୍ର ୩୯ ବର୍ଷ ବୟସରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ। ସେହିପରି ଜଣେ ମହିଳା ନେତା ଭାବେ ସେ ଅଖିଳେଶ ଯାଦବ ଓ ଯୋଗୀ ଆଦିତ୍ୟନାଥଙ୍କ ପରି ମୁଖ୍ୟମନ୍ତ୍ରୀ ଭାବେ ନିଜ ପାଞ୍ଚ ବର୍ଷର କାର୍ଯ୍ୟକାଳ ଶେଷ କରିଛନ୍ତି।

ମାୟାବତୀଙ୍କ ବ୍ୟତୀତ ଆଉଜଣେ ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେଲେରାବରି ଦେବୀ। ଯିଏକି ଆରଜେଡି ମୁଖ୍ୟ ଲାଲୁ ଯାଦବଙ୍କ ସ୍ତ୍ରୀ ଅଟନ୍ତି। ଚାରା ଘୋଟାଲା ଅଭିଯୋଗରେ ନିଜ ସ୍ବାମୀଙ୍କ ଗିରଫଦାରୀ ପରେ ସେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ। ସେତେବେଳେ ତାଙ୍କୁ ମାତ୍ର ୪୨ ବର୍ଷ ହୋଇଥିଲା। ସେ ୨୦୦୫ଯାଏଁ ବିହାରରେ ଶାସନ ଭାର ସମ୍ଭାଳିଥିଲେ।

ଏଆଇଡିଏମକେର ଡାଇନାମିକ୍‌ ନେତ୍ରୀ ଜୟଲଳିତା ୧୯୯୧ରେ ମାତ୍ର ୪୩ବର୍ଷ ବୟସରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଭାର ସମ୍ଭାଳିଥିଲେ। ଯଦିଓ ତାଙ୍କ କାର୍ଯ୍ୟକାଳ ବହୁ ବବାଦ ଘେରରେ ରହିଥିଲା। ୨୦୧୪ ସେପ୍ଟେମ୍ବର ୨୯ରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ମାମଲାରେ ସେ ଅଭିଯୁକ୍ତ ସାବ୍ୟସ୍ତ ହୋଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ପଦ ଥିବାବସ୍ଥାରେ ଅଭିଯୁକ୍ତ ହୋଇ ଗିରଫ ହେବାରେ ସେ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେହପିରି ୩୮ବର୍ଷ ବୟସରେ ଶଶିକଳା କାକୋଡକର ଗୋଆର ମୁଖ୍ୟମନ୍ତ୍ରୀ ହୋଇଥିବାବେଳେ ନନ୍ଦିନୀ ଶତପଥୀ ୪୧ବର୍ଷ ବୟସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri