ମାର୍ଗାଓ, ୨୦ା୨: ରୟ କ୍ରିଷ୍ଣାଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଚଳିତ ହିରୋ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ)ର ଶୁକ୍ରବାର ମ୍ୟାଚରେ ଟେବୁଲ ଟପ୍ପର ଏଟିକେ ମୋହନବାଗାନ ୩-୧ ଗୋଲ୍ରେ ଏସ୍ସି ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। କ୍ରିଷ୍ଣା ୧୫ତମ ମିନିଟ୍ରେ ପ୍ରଥମ ଗୋଲ ଦେଇଥିଲେ। ମାତ୍ର ଅସାବଧାନତା ଯୋଗୁ ୪୧ତମ ମିନିଟରେ ଦଳର ଜୋସ୍ ଲୁଇସ୍ ଏସ୍ପିନୋସା ଆରୋୟୋ ଏକ ଆତ୍ମଘାତୀ ଗୋଲ କରିବାରୁ ମ୍ୟାଚ ୧-୧ ସ୍ତରକୁ ଚାଲିଆସିଥିଲା। ପ୍ରଥମାର୍ଦ୍ଧ ଖେଳ ଏହି ସ୍ଥିତିରେ ଶେଷ ହୋଇଥିଲା। ରୟ କ୍ରିଷ୍ଣାଙ୍କ ସହାୟତାରେ ଡେଭିଡ୍ ଓ୍ବିଲିୟମ୍ସ (୭୨ତମ) ଏବଂ ଜାଭିହର୍ନାଣ୍ଡେଜ ୮୯ତମ) ଅନ୍ୟ ଦୁଇଟି ଗୋଲ ସ୍କୋର କରିଥିଲେ। ଏହି ଏକତରଫା ମ୍ୟାଚର ୫୫% ପ୍ରତିଶତ ସମୟ ବଲ୍ ପରାଜିତ ଦଳ ନିକଟରେ ରହିଥିଲା। ଇଷ୍ଟବେଙ୍ଗଲର ପାସ୍ ଆକୁରେସି ହାର ୭୧ % ରହିଥିବା ବେଳେ ମୋହନ ବାଗାନର ୬୭% ଥିଲା। ଉଭୟ ଦଳର ଫାଉଲ ସଂଖ୍ୟା ସମାନ ୧୬ ରହିଥିଲା। ସେହିପରି ପରାଜିତ ଦଳ ୬ଟି କର୍ନର ପାଇଥିବାବେଳେ ବିଜୟୀ ଦଳକୁ ୪ଟି କର୍ନର ମିଳିଥିଲା।
ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ
ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍ସି ବିପକ୍ଷ ଗେମ୍ ପୂର୍ବରୁ ଇରାନ…
କାହିଁକି ବାତିଲ ହେଲା IPL 2026 ଉଦ୍ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…
ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…
IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…
ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…
ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ
ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…
ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ
ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍ଏଲ୍ସି)ର ନୂଆ କଡ଼ା ଫିଟ୍ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…
ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍
ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…
ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ
ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…
୧୦ ଲକ୍ଷ ଟଙ୍କିଆ ଚେକ୍ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…
Archives

