Posted inଜାତୀୟ

ରାଜଧାନୀରେ ପ୍ରବଳ ବର୍ଷା, ୫ ମୃତ

ନୂଆଦିଲ୍ଲୀ, ୨୯।୦୬: ଦେଶର ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି । ଫଳରେ ରାସ୍ତାଘାଟ ବୁଡ଼ିଯିବା ସହିତ ବିଭିନ୍ନ ସମସ୍ୟା ଉପୁଜିଛି । ଦୀର୍ଘ ୮୮ ବର୍ଷ ପରେ ରାଜଧାନୀରେ ଜୁନ୍‌ ମାସର ଗୋଟିଏ ଦିନରେ ସର୍ବାଧିକ ବର୍ଷା ହୋଇଛି । ମୌସୁମୀ ପ୍ରଭାବରୁ ଦିଲ୍ଲୀରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆନୁମାନ କରିଛି ପାଣିପାଗ ବିଭାଗ । ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗତ ୨୪ ଘଣ୍ଟା ଭିତରେ ଦିଲ୍ଲୀରେ ୨୨୮.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଫଳରେ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ସେମାନଙ୍କ ମଧ୍ୟରେ ଦୁଇଜଣ ଶିଶୁ ରହିଛନ୍ତି । ଶନିବାର ଦିଲ୍ଲୀ ଏନ୍‌ସିଆର, ଦ଼୍ବାରକା, ପାଲାମ, ବସନ୍ତ ବିହାର, ବସନ୍ତ କୁଞ୍ଜ, ଗୁରଗାଁଓ, ଫରିଦାବାଦ, ମନେସାର ଆଦି ଅଞ୍ଚଳରେ ବର୍ଷା ପବନ ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ସୂଚନା ଥାଉକି, ଶୁକ୍ରବାର ବର୍ଷାରେ ଦିଲ୍ଲୀ AIIMSର ଅପରେସନ ଥିଏଟରରେ ପାଣି ପଶିଯିବାରୁ ହେବାକୁ ଥିବା ଅପରେସନ୍‌ ହୋଇପାରିନାହିଁ । ଦିଲ୍ଲୀ AIIMS ର ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ନଅଟି ଅପରେସନ ଥିଏଟର ବନ୍ଦ ରହିଛି । ଅପରେସନ ଥିଏଟର ବନ୍ଦ ଥିବାରୁ ୧୨ରୁ ଅଧିକ ଅସ୍ତ୍ରୋପଚାର ହୋଇପାରିନାହିଁ ।

ଫଳରେ ଗୁରୁତର ରୋଗୀମାନଙ୍କର ଅସ୍ତ୍ରୋପଚାର କରିବାକୁ ଥିବା ବେଳେ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । କୁହାଯାଉଛି ଯେ ଡାକ୍ତରଖାନାର ଷ୍ଟୋର ରୁମରେ ମଧ୍ୟ ବର୍ଷା ପାଣି ଭରି ରହିଛି । AIIMS ପକ୍ଷରୁ ଏ ନେଇ କୁହାଯାଇଛି ଯେ, ଜରୁରୀକାଳୀନ ଅସ୍ତ୍ରୋପଚାର ଆବଶ୍ୟକ କରୁଥିବା ରୋଗୀଙ୍କୁ ରାଜଧାନୀର ସଫଦରଜଙ୍ଗ ଏବଂ ଅନ୍ୟାନ୍ୟ ସରକାରୀ ଡାକ୍ତରଖାନାକୁ ପଠାଯିବା ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ମଧ୍ୟ ଅପରେସନ ଥିଏଟର ପ୍ରଭାବିତ ହୋଇପାରେ ବୋଲି ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri