ଏଟିଏମ୍‌ ଭାଙ୍ଗି ଲୁଟ୍‌ ମାମଲାର ପର୍ଦ୍ଦାଫାଶ: ୩ ଗିରଫ, ୪ ଫେରାର

ଢେଙ୍କାନାଳ ଅଫିସ,୨୭ା୧୦: ଢେଙ୍କାନାଳ ଜିଲା ଗଁଦିଆ ଥାନା ବରପଦା ଶ୍ରୀରାମଚନ୍ଦ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଷ୍ଟେଟ୍‌ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏକ ଏଟିଏମ୍‌କୁ ଗତ ୩ ତାରିଖ ରାତିରେ ତାଡ଼ି ୭ ଜଣ ଦୁର୍ବୃତ୍ତ ୨୨ ଲକ୍ଷ ୧୭ ହଜାର ୯୦୦ ଟଙ୍କା ଲୁଟି ନେଇ କାର୍‌ରେ ପଳାଇଥିଲେ। ଖବର ପାଇ ଗଁଦିଆ ପୋଲିସ ସେମାନଙ୍କୁ ଗୋଡ଼ାଇବାରୁ ଦୁର୍ବୃତ୍ତମାନେ କାର୍‌ଟିକୁ ନିକଟସ୍ଥ ଏକ କାଜୁ ଜଙ୍ଗଲରେ ଛାଡ଼ି ଚାଲିଯାଇଥିଲେ। ଏସ୍‌ପି ଲୋଗାନୟାଗି ଦିବ୍ୟା ଭିଙ୍କ ନିର୍ଦ୍ଦେଶରେ ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଗଁଦିଆ ଥାନାଧିକାରୀ ସତ୍ୟବ୍ରତ ଭୁଡ଼ିଆ ରାଜ୍ୟର ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲାର ବିଭିନ୍ନ ଅଞ୍ଚଳରୁ ୩ ଜଣଙ୍କୁ ଗିରଫ କରିଛନ୍ତି। ଘଟଣାରେ ବ୍ୟବହୃତ ତଥା କାଜୁ ଜଙ୍ଗଲରୁ କଳା ରଙ୍ଗର କାର୍‌ ଓ ଏକ ବାଇକ୍‌କୁ ମଧ୍ୟ ଜବତ କରିଛନ୍ତି। ଦୁର୍ବୃତ୍ତମାନଙ୍କଠାରୁ ୨ ଲକ୍ଷ ୫୬ ହଜାର ଟଙ୍କା ଜବତ ହୋଇଛି। ଅନ୍ୟ ୪ ଜଣ ଫେରାର ଅଛନ୍ତି। ଗିରଫଙ୍କ ମଧ୍ୟରେ ଏଟିଏମ୍‌ ତାଡ଼ି ଟଙ୍କା ଲୁଟ୍‌ରେ ଜଣେ ପ୍ରମୁଖ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଆଉ ୨ ଜଣ ସହଯୋଗୀ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଲେ ଢେଙ୍କାନାଳ ଜିଲା ସଦର ଥାନା କଙ୍କଡ଼ାହାଡ଼ ଗ୍ରାମର ଜିତେନ୍ଦ୍ର ନାୟକ, ଭଦ୍ରକ ଜିଲା ବାସୁଦେବପୁର ଥାନା ଆଲବାଗ ଗ୍ରାମର ନିରଞ୍ଜନ ପାଣି ଏବଂ ଖୋର୍ଦ୍ଧା ଜିଲା ଜଟଣି ଥାନା ବଡ଼ତୋଟା ଗ୍ରାମର ରାକେଶ ଦାସ। ସେମାନଙ୍କଠାରୁ ଲୁହା ଛଡ଼, ବ୍ୟାଗ୍‌, ସିସିଟିଭି କ୍ୟାମେରାର ଡିଭିଆର ଓ ୨ଟି ପେନ୍‌ଡ୍ରାଇଭ ଜବତ କରାଯାଇଛି। ଅନ୍ୟମାନଙ୍କୁ ଧରିବା ପାଇଁ ଉଦ୍ୟମ ଚାଲିଛି ବୋଲି ଗୁରୁବାର ପୂର୍ବାହ୍ନରେ ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri