ଏଟିଏମ୍‌ କାଟି ସାଢ଼େ ୨୬ ଲକ୍ଷ ଲୁଟ୍‌

ଢେଙ୍କାନାଳ ଅଫିସ, ୧୬ା୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନିମବାହାଳି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌ରୁ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ୍‌ କଟର ସହାୟତାରେ ଏଟିଏମ୍‌ କ୍ୟାଶ ଚ୍ୟାମ୍ପର କାଟି ୨୬ ଲକ୍ଷ ୫୬ ହଜାର ଟଙ୍କା ନେଇଯାଇଛନ୍ତି। ସୋମବାର ବିଳମ୍ବିତ ରାତିରେ ଘଟିଥିବା ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।
ନିମବାହାଳି ବ୍ୟାଙ୍କ ଶାଖା ପରିଚାଳକ ଅମିତୋଷ ମହାନ୍ତି କହିଛନ୍ତି, ସୋମବାର ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ଲୁଟ୍‌ ସମ୍ପର୍କରେ ଜଣାପଡ଼ିବା ପରେ ପୋଲିସକୁ ସୂଚନା ଦିଆଯାଇଥିଲା। ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ପି ଜଗମୋହନ ମୀନା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଛାନ୍‌ଭିନ୍‌ କରିଛନ୍ତି। ସନ୍ଧାନୀ କୁକୁର, ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ପୋଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚତ୍ବାକୁ ଉଦ୍ୟମ କରୁଛି।
ଏ ସଂକ୍ରାନ୍ତରେ ଅନୁଗୋଳସ୍ଥିତ ଏଟିଏମ୍‌ ଚ୍ୟାନେଲ ୍ଯଯାନେଜର ଫୁଲଗୁନୀ ପଟ୍ଟନାୟକ କୁହନ୍ତି, ଏଟିଏମ୍‌ରୁ ୨୬ଲକ୍ଷ ୫୬ହଜାର ଟଙ୍କା ଲୁଟ୍‌ ହୋଇଥିବା ଜଣାପଡ଼ିଛି। ପୋଲିସକୁ ସିସିଟିଭି ଫୁଟେଜ୍‌ ଦିଆଯାଇଛି। ତଦନ୍ତରେ ସମସ୍ତ ସହଯୋଗ କରାଯାଉଛି। ଏସ୍‌ପି ମୀନା କୁହନ୍ତି, ସିସିଟିଭି କ୍ୟାମେରା ଯାଞ୍ଚ କରାଯାଉଛି। ସଦର ଏସ୍‌ଡିପିଓଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ଚଢାଉ ପାଇଁ ୩ ଟିମ୍‌ କରାଯାଇଛି। ଏ ସଂକ୍ରାନ୍ତରେ ମୋଟଙ୍ଗା ଥାନାରେ ନଂ. ୨୫୬/୨୦ରେ ଏକ ମାମଲା ରୁଜୁ କରାଯାଇଛି।
ଢେଙ୍କାନାଳ ଜିଲାର ବିଭିନ୍ନ ମଠମନ୍ଦିରରେ ଥିବା ହୁଣ୍ଡିଗୁଡ଼ିକୁ ଦୁର୍ବୃତ୍ତମାନେ ଟର୍ଗେଟ କରୁଥିଲେ। ଏବେ ସେମାନଙ୍କ ନଜର ଏଟିଏମ୍‌ ଉପରେ ପଡ଼ିଛି। ଗ୍ୟାସ୍‌ କଟରରେ ଏଟିଏମ୍‌ କାଟିବା ଏବଂ ଏଥିରୁ କୌଶଳକ୍ରମେ ଟଙ୍କା ବାହାର କରାଯାଇଛି। ଏଥିରେ ପେସାଦାର ଅପରାଧିଙ୍କ ହାତ ଥିବା ଅନୁମାନ କରାଯାଉଛି। ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଉକ୍ତ ଏଟିଏମ୍‌ରୁ ଏଭଳି ଲୁଟ୍‌ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri