ଏଟିଏମ୍‌ ଭାଙ୍ଗି ଲୁଟିନେଲେ ୩୨ଲକ୍ଷ

ବାଲେଶ୍ୱର ଅଫିସ, ୨୬।୬: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଜାତୀୟ ରାଜପଥ ପଦ୍ମପୁର ହାଟରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ରୁ ୩ଦୁର୍ବୃତ୍ତ ୩୨ଲକ୍ଷ ୨୬ହଜାର ଟଙ୍କା ଲୁଟି ନେଇଛନ୍ତି। ସିସିଟିଭି ଫୁଟେଜ୍‌ରୁ ମିଳିଥିବା ତଥ୍ୟ ଅନୁସାରେ ଗତ ଶୁକ୍ରବାର ବିଳମ୍ବିତ ରାତି ୩ଟା ୨୦ମିନିଟ୍‌ରେ ୩ଜଣ ଦୁର୍ବୃତ୍ତ ଏକ ମୋଟର ସାଇକେଲରେ ଆସି ସେଠାରେ ପହଞ୍ଚିଥିଲେ। ଏଟିଏମ୍‌ ଭିତରେ ଲାଗିଥିବା କ୍ୟାମେରାରେ ଜଣେ ଦୁର୍ବୃତ୍ତ ସ୍ପ୍ରେ କରିସାରିବା ପରେ ଏଟିଏମ୍‌କୁ ଗ୍ୟାସକଟର ସାହାଯ୍ୟରେ କାଟି ଭିତରେ ଥିବା ଟଙ୍କାକୁ ଲୁଟ୍‌ କରିନେଇଥିଲେ। ଶନିବାର ପୂର୍ବାହ୍ନରେ ସ୍ଥାନୀୟ ଲୋକେ ଦେଖିବା ସହ ଘଟଣା ପ୍ରଚାରିତ ହୋଇଥିଲା। ପ୍ରଥମେ ଏସ୍‌ବିଆଇ ବ୍ୟାଙ୍କର କର୍ମଚାରୀ ସେଠାରେ ପହଞ୍ଚି ଘଟଣା ସମ୍ପର୍କରେ ସଦର ଥାନାକୁ ଜଣାଇଥିଲେ। ସଦର ଥାନା ପୋଲିସର ଏକ ଟିମ୍‌ ସଦଳବଳେ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣା ଲେଖାଯିବା ପର୍ଯ୍ୟନ୍ତ କୌଣସି ଦୁର୍ବୃତ୍ତଙ୍କୁ ପୋଲିସ ଗିରଫ କରିପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri