ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଲୁଟେରାମାନେ ଲୁଟ୍ କରିଛନ୍ତି । ଏଭଳି ଘଟଣା ଘଟିଛି ଖୁଣ୍ଟା ଥାନା ଠାରୁ ମାତ୍ର ୩ଶହ ମିଟର ଦୂର ବଙ୍ଗଳା ଛକରେ । ବଙ୍ଗଳା ଛକରେ ଥିବା ଏକ ଏସଵିଆଇ ଏଟିଏମରେ ଗତକାଲି ବିଳମ୍ବିତ ରାତିରେ ଏହି ଲୁଟ୍ ହୋଇଛି । ଲୁଟେରାମାନେ ଏଟିଏମ ବାହାରେ ଥିବା ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରିବା ପରେ ଏଟିଏମ ଭିତରେ ପଶି ଲୁଟିଛନ୍ତି ।

ଖବର ଅନୁସାରେ, ଏଟିଏମ୍ ଭିତରେ ପଶିବା ପରେ ସମସ୍ତ କ୍ୟାମେରାରେ ରଙ୍ଗ ସ୍ପ୍ରେ ମାରିଥିଲେ । ପରେ ଗ୍ୟାସ କଟରରେ ଏଟିଏମକୁ କାଟିଦେଇଥିଲେ । ଯାହା ଫଳରେ କିଛି ଅଂଶ ଜଳି ମଧ୍ୟ ଯାଇଛି । ଏହା ପରେ ଲୁଟେରାମାନେ ସମସ୍ତ କ୍ୟାସ ଟ୍ରେରୁ ଲୁଟ୍ କରି ଫେରାର ହୋଇଯାଇଛନ୍ତି । ଏପରିକି ଲୁଟ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ପିଟି ଭାଙ୍ଗି ଦେଇଛନ୍ତି । ତେବେ କେତେ ଟଙ୍କା ଲୁଟ ହୋଇଛି ତାହା ଜଣାପଡ଼ିନଥିବା ବେଳେ ବୁଧବାର ଏହି ଏଟିଏମରେ ଟଙ୍କା ଲୋଡ଼୍ ହୋଇଥିବା କୁହାଯାଉଛି । ତାହାକୁ ନଜର କରିଲେ ବ୍ୟାପକ ଭାବେ ଲୁଟ ହୋଇଥିବା କୁହାଯାଉଛି । ଖୁଣ୍ଟା ପୋଲିସ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କୁ ତ୍ୱରାନ୍ୱିତ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri