ୟୁପିଆଇ ମାଧ୍ୟମରେ ଏଟିଏମ୍‌ରୁ ଉଠିବ ଟଙ୍କା

ଭୁବନେଶ୍ୱର,୯।୪(ଅନୁରାଧା ମହାରଣା): ଗତ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ୟୁପିଆଇ (ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ) ସମ୍ବନ୍ଧରେ ଏକ ବଡ଼ ଘୋଷଣା କରିଥିଲେ। ତାଙ୍କ କହିବାନୁସାରେ, ଖୁବ ଶୀଘ୍ର ୟୁପିଆଇ ବ୍ୟବହାରକାରୀମାନେ ନିଜ ଫୋନରେ ୟୁପି ଆପ ଜରିଆରେ କ୍ୟାସ ଡିପୋଜିଟ ମେସିନ (ସିଡିଏମ)ରେ ନଗଦ ଜମା କରିପାରିବେ। ଏହାର ଅର୍ଥ ହେଉଛି ବ୍ୟାଙ୍କଗୁଡିକରେ ଥିବା କ୍ୟାଶ ଡିପୋଜିଟ କିଓସ୍କ ମେସିନରେ ଡେବିଟ କାର୍ଡର କୌଣସି ଆବଶ୍ୟକତା ରହିବ ନାହିଁ। ଗତ ବର୍ଷ ସେପ୍ଟେମ୍ବରରେ ୟୁପିଆଇ-ଏଟିଏମ୍‌ ଲଞ୍ଚ କରାଯାଇଥିଲା। ମାତ୍ର ଅନେକ ଲୋକ ଏହାର ବ୍ୟବହାର, ସୀମା ଏବଂ ଉପକାରିତା ବିଷୟରେ ଅବଗତ ନୁହଁନ୍ତି । ଏଥିରେ ଏଟିଏମ୍‌ ଡେବିଟ କାର୍ଡ ବିନା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ୟୁପିଆଇ ମାଧ୍ୟମରେ ଟଙ୍କା ଉଠାଇପାରିବେ। ଏଥିରେ ଆପଣଙ୍କୁ କ୍ୟୁଆର୍‌ କୋଡ ସ୍କାନ କରି ଟଙ୍କା ଉଠାଇବାକୁ ପଡ଼ିବ। ୟୁପିଆଇ ମାଧ୍ୟମରେ ଏଟିଏମରୁ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ଟଙ୍କା ଉଠାଇ ପାରିବେ। ତେବେ ଦୈନିକ ୟୁପିଆଇ କାରବାର ୧ ଲକ୍ଷ ଟଙ୍କା ରହିବ। ଟଙ୍କା ଉଠାଇବା ପାଇଁ ପ୍ରଥମେ ଯେକୌଣସି ଏଟିଏମରେ ‘ଏଟିଏମରେ ନଗଦ ଟଙ୍କା ଉଠାଇବା’ ବିକଳ୍ପ ଚୟନ କରିବାକୁ ପଡ଼ିବ। ଏହାପରେ ଗ୍ରାହକଙ୍କୁ ଟଙ୍କାର ପରିମାଣର ବିବରଣୀ ଦେବାକୁ ପଡ଼ିବ। ପରବର୍ତ୍ତୀ ପୃଷ୍ଠାରେ କ୍ୟୁଆର୍‌ କୋଡ୍‌ ଦେଖିବାକୁ ମିଳିବ। ଉପଭୋକ୍ତା ନିଜ ଫୋନରେ ଥିବା ଯେକୌଣସି ୟୁପିଆଇ ଆପରୁ ଏହି କୋଡ ସ୍କାନ କରି ୟୁପିଆଇ ପିନ୍‌ ଦେଇ ଟଙ୍କା ଉଠାଇବେ। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ ଇଣ୍ଡିଆ (ଏନପିସିଆଇ) ୟୁପିଆଇ ମାଧ୍ୟମରେ ଏଟିଏମରୁ ଟଙ୍କା ଉଠାଇବାରେ କୌଣସି ଶୁଳ୍କ ଆଦାୟ କରେ ନାହିଁ । ମାତ୍ର ବ୍ୟାଙ୍କ ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ଦେୟ ଗ୍ରାହକଙ୍କୁ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri