ନିର୍ଦ୍ଦେଶକ ଆନନ୍ଦ ଏଲ୍ ରୟ ହେଲେ କରୋନା ପଜିଟିଭ, ଚିନ୍ତାରେ ଅକ୍ଷୟ, ସାରା, ଧନୁଷ

ମୁମ୍ବାଇ,୩୧ ।୧୨:କରୋନା ଭାଇରସ କବଳରେ ଏବେ ବଲିଉଡ୍ ନିର୍ଦ୍ଦେଶକ ଆନନ୍ଦ ଏଲ୍ ରୟ । ବହୁ ଚେଷ୍ଟା ପରେ ବି ‘ଅତରଙ୍ଗି ରେ’ର ନିର୍ଦ୍ଦେଶକ ନିଜକୁ କରୋନା କବଳରୁ ବଞ୍ଚାଇ ପାରିଲେ ନାହିଁ । ଆନନ୍ଦ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି । ଗୁରୁବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ ନିଜକୁ କ୍ୱାରାଣ୍ଟାଇନ କରି ନେଇଛନ୍ତି । ଏହି ଘଟଣା ପରେ ଅକ୍ଷୟ କୁମାର , ସାରା ଅଲ୍ଲି ଖାଁ ଓ ଧନୁଷ ଚିନ୍ତାରେ ପଡି ଯାଇଛନ୍ତି । କାରଣ କିଛିଦିନ ପୂର୍ବରୁ ଏହି ୩ କଳାକାର ଆନନ୍ଦଙ୍କ ସହ ଶୁଟିଂ କରିଥିଲେ । ଆନନ୍ଦ କରୋନା ପଜିଟିଭ ହେବା ପରେ କହିଛନ୍ତି ମୋ ସହିତ ଯେଉଁମାନେ ମିଳାମିଶା କରିଛନ୍ତି ସେମାନେ ନିଜକୁ କ୍ୱାରାଣ୍ଟାଇନ କରିନେବା ସହ ପ୍ରୋଟୋକଲ ଫଲୋ କରନ୍ତୁ । ଯଦିଓ ମୋ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିଲା ତା’ପରେ ବି ମୁଁ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛି । ଅକ୍ଷୟ ଓ ସାରା ଏବେ ମୁମ୍ବାଇରେ ଥିବା ବେଳେ ଏମାନେ ଉଭୟ କରୋନା ଟେଷ୍ଟ କରାଇବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri