ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ, ସୁନା ଚେନ୍ ଓ ଟଙ୍କା ଲୁଟ୍‌ ଏବଂ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌.ଆଇ. ସୋଫିଆ ମିଶ୍ର ଶୁକ୍ରବାର ପାଟପୁର ଥାନା ପଳାସପୁର ଗ୍ରାମର ଗଙ୍ଗା ଓରଫ ଗଙ୍ଗାଧର ନାଇକ (୨୩)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଥାନା ମାମଲା ନଂ ୩୭୧/୨୬ ଅନୁଯାୟୀ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଗଙ୍ଗାଙ୍କୁ ଦିଗପହଣ୍ଡି ସବ୍‌ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଏଥିସହିତ ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ପାଟପୁର ଥାନା ଅଞ୍ଚଳର ୨ ଜଣ ୧୭ ବର୍ଷୀୟ ନାବାଳକଙ୍କୁ ପୋଲିସ ବ୍ରହ୍ମପୁର ଯୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରିବା ପରେ ବ୍ରହ୍ମପୁର ବାଳସୁଧାର ଗୃହକୁ ପଠାଯାଇଛି।

ଘଟଣା ମୁତାବକ, ଗତ ରବିବାର ରାତି ପ୍ରାୟ ୨ଟାରେ ସମିତିସଭ୍ୟ ଲଡୁ, ତାଙ୍କ ସାଙ୍ଗ ପ୍ରଭାତ ମହାନ୍ତି ଓ ପି. ଆକାଶଙ୍କ ସହ ଗାଁ ନିକଟ ଜକମେରି ପଲ୍ଲୀରେ ନାଚ ଦେଖି ବୁଲେଟ୍ ବାଇକ୍‌ରେ ଫେରୁଥିଲେ। ଗୁମା ଗ୍ରାମ ବଡ଼ବନ୍ଧ (ପୋଖରୀ) ନିକଟ ମୁଖ୍ୟରାସ୍ତାରେ ୨୫ରୁ ଉର୍ଦ୍ଧ୍ୱ ଯୁବକ ସେମାନଙ୍କୁ ଅଟକାଇଥିଲେ। ଭୀଷ୍ମଗିରି ଗ୍ରାମର ରାଜା ମହାନ୍ତି ଏବଂ ପଳାଶପୁରର ଗଙ୍ଗା ନାଇକ ଗାଳିଗୁଲଜ କରିବାରୁ, ପ୍ରତିବାଦ କରିବାରୁ ସେମାନେ ଖଣ୍ଡା, କାତି ଓ ଠେଙ୍ଗାରେ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଲଡୁଙ୍କ ବେକରୁ ସୁନା ଚେନ୍, ପକେଟ୍‌ରୁ ନଗଦ ୩ ହଜାର ଟଙ୍କା ଲୁଟି ନେବା ସହ ବୁଲେଟ୍‌ ଟାୟାର ଓ ତେଲ ଟାଙ୍କିକୁ ହାଣି ଦେଇଥିଲେ।

ଏହା ଦେଖି ଆକାଶ ଓ ପ୍ରଭାତ ଦୌଡ଼ି ପଳାଇବାକୁ ଚେଷ୍ଟା କରିବାରୁ, ଶିବ କାଳୀ ନାମକ ଯୁବକ ଆକାଶଙ୍କ ମୁଣ୍ଡ ଓ ବେକକୁ ଛୁରୀରେ ଭୁଷି ଦେଇଥିଲେ। ସେହିପରି ରାଜା କାତିରେ ଆକ୍ରମଣ କରିବାରୁ ପ୍ରଭାତଙ୍କ ମୁହଁ, ମୁଣ୍ଡ, ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ଉଭୟ ଚେତାଶୂନ୍ୟ ହୋଇ ରାସ୍ତାରେ ପଡ଼ିଯାଇଥିଲେ। ଲଡୁଙ୍କୁ ଜୀବନରେ ମାରିଦେବାକୁ ଧମକ ଦିଆଯାଇଥିଲେ ବି ସେ କୌଶଳକ୍ରମେ ସେଠାରୁ ଦୌଡ଼ି ରକ୍ଷା ପାଇଥିଲେ। ଅଭିଯୁକ୍ତମାନେ ଫେରାର ହେବା ପରେ, ଲଡୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ପ୍ରଭାତ ଓ ଆକାଶଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ସୋମବାର ରାତି ପ୍ରାୟ ସାଢ଼େ ୧୨ଟାରେ ଅଭିଯୁକ୍ତମାନେ ମାରଣାସ୍ତ୍ର ଧରି ଲଡୁଙ୍କ ଭ୍ରମରବର ପଲ୍ଲୀସ୍ଥିତ ଘର ସମ୍ମୁଖରେ ପହଞ୍ଚି ପୁନର୍ବାର ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଗ୍ରାମବାସୀ ପ୍ରତିବାଦ କରିବାରୁ ଲଡୁ ୧୧୨ ନମ୍ବରକୁ ଫୋନ୍‌ କରି ପୋଲିସକୁ ଜଣାଇଥିଲେ। ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିବାରୁ ରାଜା ମହାନ୍ତି ଓ ଅନ୍ୟ ଯୁବକମାନେ ପୋଲିସ ଗାଡ଼ି ଉପରକୁ ପଥର ଫୋପାଡ଼ିବା ସହ କିଛି ପୋଲିସ କର୍ମଚାରୀଙ୍କୁ ମାଡ଼ ମାରି ଚମ୍ପଟ ମାରିଥିଲେ।

ମଙ୍ଗଳବାର ସମିତିସଭ୍ୟ ଲଡୁ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲେ। ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଅନୁଯାୟୀ, ଗ୍ରାମ୍ୟ ଜୁଆଖେଳ ପରିଚାଳନାକୁ କେନ୍ଦ୍ର କରି ଏହି ସଂଘର୍ଷ ଓ ଆକ୍ରମଣ ଘଟିଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ଫେରାର ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ଚଢ଼ଉ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri