ଗେଟ୍‌ ଚାବି ପକାଇବାକୁ ଆସିଥିଲେ ଏଏନଏମ୍‌: ଜଗିରହିଥିଲେ ଦୁର୍ବୃତ୍ତ ଆଖିକୁ ମାରିଦେଲେ ବାଟଲିଖଡା, ପରେ…

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ): ଜଣେ କାର୍ଯ୍ୟରତ ଏଏନ୍‌ଏମଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ବାଟଲିଖଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଏଏନଏମଙ୍କ ଗୋଟିଏ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି। ଗୁରୁତର ଏଏନଏମ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ସୋନପୁର ପଞ୍ଚାୟତର ବୁଲିଦେଇ ସାହୁ। ସେ ତାଙ୍କ ସରକାରୀ ବାସ ଭବନରେ ଅନଲାଇନ୍‌ରେ କାର୍ଯ୍ୟ କରୁଥିଲେ। ଘର ସମ୍ମୁଖ ଗେଟ ଚାବି ପକାଇବାକୁ ରାତି ପ୍ରାୟ ୮ ଟାରେ ବାହାରକୁ ବାହାରିବା ସମୟରେ ପୂର୍ବରୁ ଜଗି ରହିଥିବା ଅସାମାଜିକ ଯୁବକ ଜଣକ ହଟାତ ବୁଲିଦେଇ କିଛି ବୁଝିବା ପୂର୍ବରୁ ବାଟଲିଖଡରେ ଆକ୍ରମଣ କରିଥିଲେ। ଗୁଡ଼ି ଯାଇ ଏଏନଏମଙ୍କ ପିନ୍ଧିଥିବା ଚଷମାକୁ ମାଡ଼ ହୋଇ ଚଷମା ଗ୍ଲାସ ସମେତ ଗୁଡ଼ିଟି ଆଖି ଭିତରେ ପଶିଯାଇଥିବା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସମନ୍ତରାୟ କହିଛନ୍ତ। ଗୁରୁତର ଏଏନଏମଙ୍କୁ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ୱର ନିଆଯାଇଥିବା ଏଏନଏମଙ୍କ ସ୍ବାମୀ ଶିତିକାନ୍ତ ସାହୁ କହିଛନ୍ତି। ଯୁବକ ଆକ୍ରମଣ କରିବା ପାଇଁ ଭିତରକୁ ପ୍ରବେଶ କରିବା ଓ ଆକ୍ରମଣର ଘଟଣା ସିସି କ୍ୟାମେରାରେ ଉତ୍ତୋଳନ ହୋଇଥିବା ଜଣାପଡିଛି। ଉକ୍ତ ଅସାମାଜିକ ଯୁବକଙ୍କୁ ସିସି କ୍ୟାମେରାରେ ଦେଖିବା ପରେ ଚି଼ହ୍ନଟ କରି ତାକୁ ପରିବାର ଲୋକ କାବୁ କରି ଦାରିଙ୍ଗବାଡି ପୋଲିସକୁ ହସ୍ତାନ୍ତର କରିଥିବା ଜଣାପଡିଛି । ଘଟଣାକୁ ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗୁରୁତର ଭାବେ ନିଆଯାଇଛି। ଥାନାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଥିବା ଇନଚାର୍ଜ ଡାକ୍ତର ସାମନ୍ତରାୟ କହିଛନ୍ତି। ତେବେ ପୂର୍ବଶତ୍ରୁତା ନା ଆଉ କେଉଁ ଘଟଣା ପାଇଁ ଏଭଳି ଘଟିଛି ଦାରିଙ୍ଗବାଡି ପୋଲିସ ଘଟଣାର ଖୋଳତାଡ଼ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri