ଗେଟ୍‌ ଚାବି ପକାଇବାକୁ ଆସିଥିଲେ ଏଏନଏମ୍‌: ଜଗିରହିଥିଲେ ଦୁର୍ବୃତ୍ତ ଆଖିକୁ ମାରିଦେଲେ ବାଟଲିଖଡା, ପରେ…

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ): ଜଣେ କାର୍ଯ୍ୟରତ ଏଏନ୍‌ଏମଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ବାଟଲିଖଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଏଏନଏମଙ୍କ ଗୋଟିଏ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି। ଗୁରୁତର ଏଏନଏମ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ସୋନପୁର ପଞ୍ଚାୟତର ବୁଲିଦେଇ ସାହୁ। ସେ ତାଙ୍କ ସରକାରୀ ବାସ ଭବନରେ ଅନଲାଇନ୍‌ରେ କାର୍ଯ୍ୟ କରୁଥିଲେ। ଘର ସମ୍ମୁଖ ଗେଟ ଚାବି ପକାଇବାକୁ ରାତି ପ୍ରାୟ ୮ ଟାରେ ବାହାରକୁ ବାହାରିବା ସମୟରେ ପୂର୍ବରୁ ଜଗି ରହିଥିବା ଅସାମାଜିକ ଯୁବକ ଜଣକ ହଟାତ ବୁଲିଦେଇ କିଛି ବୁଝିବା ପୂର୍ବରୁ ବାଟଲିଖଡରେ ଆକ୍ରମଣ କରିଥିଲେ। ଗୁଡ଼ି ଯାଇ ଏଏନଏମଙ୍କ ପିନ୍ଧିଥିବା ଚଷମାକୁ ମାଡ଼ ହୋଇ ଚଷମା ଗ୍ଲାସ ସମେତ ଗୁଡ଼ିଟି ଆଖି ଭିତରେ ପଶିଯାଇଥିବା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସମନ୍ତରାୟ କହିଛନ୍ତ। ଗୁରୁତର ଏଏନଏମଙ୍କୁ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ୱର ନିଆଯାଇଥିବା ଏଏନଏମଙ୍କ ସ୍ବାମୀ ଶିତିକାନ୍ତ ସାହୁ କହିଛନ୍ତି। ଯୁବକ ଆକ୍ରମଣ କରିବା ପାଇଁ ଭିତରକୁ ପ୍ରବେଶ କରିବା ଓ ଆକ୍ରମଣର ଘଟଣା ସିସି କ୍ୟାମେରାରେ ଉତ୍ତୋଳନ ହୋଇଥିବା ଜଣାପଡିଛି। ଉକ୍ତ ଅସାମାଜିକ ଯୁବକଙ୍କୁ ସିସି କ୍ୟାମେରାରେ ଦେଖିବା ପରେ ଚି଼ହ୍ନଟ କରି ତାକୁ ପରିବାର ଲୋକ କାବୁ କରି ଦାରିଙ୍ଗବାଡି ପୋଲିସକୁ ହସ୍ତାନ୍ତର କରିଥିବା ଜଣାପଡିଛି । ଘଟଣାକୁ ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗୁରୁତର ଭାବେ ନିଆଯାଇଛି। ଥାନାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଥିବା ଇନଚାର୍ଜ ଡାକ୍ତର ସାମନ୍ତରାୟ କହିଛନ୍ତି। ତେବେ ପୂର୍ବଶତ୍ରୁତା ନା ଆଉ କେଉଁ ଘଟଣା ପାଇଁ ଏଭଳି ଘଟିଛି ଦାରିଙ୍ଗବାଡି ପୋଲିସ ଘଟଣାର ଖୋଳତାଡ଼ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri