ମୁହାଣ ଖୋଳାକୁ କେନ୍ଦ୍ରକରି ୨ ଗ୍ରାମବାସୀଙ୍କ ମଧ୍ୟରେ ଆକ୍ରମଣ: ଉଭୟ ପକ୍ଷର ୪୦ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି /ଚିକିଟି,୧୧।୩(ଅଶେଷ ନାଥ ମିଶ୍ର /ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ କତୁରୁ ଗ୍ରାମ ନିକଟରେ ସମୁଦ୍ରକୁ ସଂଯୋଗ କରୁଥିବା ବଡନାଳଠାରେ ନୂଆ ମୁହାଣ ଖୋଳାକୁ କେନ୍ଦ୍ରକରି ସୋମବାର ରାମାୟପାଟଣା ଓ କତୁରୁ ୨ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ଚିକିଟି ତହସିଲଦାର ବିଶ୍ୱ ରଞ୍ଜନ କଂଅର, ବିଡ଼ିଓ ଲକ୍ଷ୍ମଣ ସୋରେନ,ଗୋଳନ୍ଥରା ଥାନା ଆଇଆଇସି ବିବେକାନନ୍ଦ ସ୍ବାଇଁଙ୍କ ଉପସ୍ଥିତିରେ ଉଭୟ ଗ୍ରାମର ଲୋକେ ପରସ୍ପରକୁ ଆକ୍ରମଣ କରିଥିଲେ। ଏଥିରେ ୧୦ରୁ ଉର୍ଦ୍ଧ୍ୱ ଆହତ ହୋଇଥିବାବେଳେ କତୁରୁ ଗ୍ରାମର ୫ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି l ଉଭୟ ପକ୍ଷଙ୍କ ଏତଲାକୁ ଭିତ୍ତିକରି ଗୋଳନ୍ଥରା ଥାନା ପକ୍ଷରୁ ମକଦ୍ଦମା ରୁଜୁ କରାଯାଇଛି। ଏହି ଘଟଣାରେ ପୋଲିସ କତୁରୁ ଗ୍ରାମର ୧୯ ଜଣ ଓ ରାମାୟପାଟଣା ଗ୍ରାମର ୨୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି। ବ୍ରହ୍ମପୁର ଏସପି ସର୍ବଣା ବିବେକ ଏମ ଘଟଣାସ୍ଥଳ ପରିଦର୍ଶନ କରି ସବିଶେଷ ତଥ୍ୟ ସଂଗ୍ରହ କରି ଫେରିଥିଲେ। ମଙ୍ଗଳବାର ମୁହାଣ ନିକଟରେ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯିବା ସହ ପ୍ରଶାସନ ପକ୍ଷରୁ ସେଠାରେ ୧୬୩ ଧାରା ଜାରି କରାଯାଇଥିବା ସୂଚନା ମିଳିଛି । ଗତ କିଛି ମାସ ହେଲା ମୁହାଣ ଖୋଳାକୁ କେନ୍ଦ୍ରକରି ଉଭୟ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ସୋମବାର ପୋଲିସ ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ ମାମଲାର ସମାଧାନ ପାଇଁ ଆଲୋଚନା ସଭା ଡକାଯାଇଥିଲା। ଉଭୟ ଗ୍ରାମର ବହୁ ସଂଖ୍ୟକ ଗ୍ରାମବାସୀ ସଭାରେ ଉପସ୍ଥିତ ରହି ନିଜ ନିଜ ପକ୍ଷ ରଖିଥିଲେ। ପରେ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କରୁ ବିବାଦ ଉଗ୍ରରୂପ ନେଇଥିଲା। ପରସ୍ପର ପରସ୍ପରକୁ ଠେଙ୍ଗା ,କାତିରେ ଆକ୍ରମଣ କରିଥିଲେ। ଘଟଣା ସମ୍ପର୍କରେ ପୋଲିସ ପ୍ରଶାସନ ପୂର୍ବରୁ ଅବଗତ ଥିଲେ ମଧ୍ୟ ସଭା ପୂର୍ବରୁ ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କାହିଁକି କରାଯାଇନଥିଲା ସେ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ ଥାନା ଆଇଆଇସିଙ୍କୁ ପଚାରିବାରୁ ଅଭିଯୁକ୍ତମାନଙ୍କୁ ଗିରଫ ପରେ ଉଭୟ ଗ୍ରାମରେ ଚପା ଉତ୍ତେଜନା ଲାଗି ରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣାଧିନ ଥିବା କହିଛନ୍ତି। ଘଟଣା ଦିନ ଉଭୟ ଗ୍ରାମବାସୀଙ୍କୁ ଆଲୋଚନା ପାଇଁ ଡକାଯାଇଥିଲା। କୌଣସି କାରଣ ନ ଥାଇ ସେମାନେ ଉତ୍ତେଜିତ ହୋଇ ପରସ୍ପରଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri