ଆକ୍ରମଣ ମାମଲା: ଜେଲ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗମ୍ଭାରୀଗୁଡ଼ା ଗ୍ରାମର ରୁଦ୍ର ଜେନାଙ୍କୁ ଗତ ରବିବାର ସନ୍ଧ୍ୟାରେ କଙ୍କୋରଡ଼ା ଗ୍ରାମରେ ବେଆଇନ ଭାବେ ମଦ ବ୍ୟବସାୟ କରୁଥିବା କିଛି ଯୁବକ ସଂଘବଦ୍ଧ ଆକ୍ରମଣ କରିଥିଲେ। ଖବରପାଇ ରୁଦ୍ର ଙ୍କ ବାପା ମା ଘଟଣାସ୍ଥଳରେ ପହଞ୍ଚି ପ୍ରତିବାଦ କରିବାରୁ ସେମାନଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା। ଏନେଇ ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ରୁଦ୍ରଙ୍କ ମା’ ଛବିଣା ଜେନା ପାଟପୁର ଥାନାରେ ଏନେଇ ଏତଲା ଦେଇଥିଲେ।

ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୧୮୩/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଗିରଫ ଭୟରେ ଅଭିଯୁକ୍ତ ମାନେ ଫେରାର ଥିଲେ। ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ପ୍ରତିବାଦରେ ଗତ ବୁଧବାର ଗମ୍ଭାରୀଗୁଡା ଗ୍ରାମର ବହୁ ସଂଖ୍ୟକ ମହିଳା ପୁରୁଷ ପାଟପୁର ଥାନାରେ ପହଞ୍ଚି ଗମ୍ଭାରୀ ଗୁଡ଼ା ଏବଂ କଙ୍କୋରଡ଼ା ଗ୍ରାମ ସରକାରୀ ଜମିରେ ଚାଲିଥିବା ସମସ୍ତ ମଦ ଦୋକାନ ଗୁଡ଼ିକୁ ବନ୍ଦ କରିବା ସହ ରୁଦ୍ରଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରାଯିବା ଦାବିରେ ଆଇଆଇସିଙ୍କ ସହ ସବିଶେଷ ଆଲୋଚନା କରିବା ସହ ସ୍ମାରକପତ୍ର ପ୍ରଦାନ କରିଥିଲେ।

ପରେ ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟରେ ପହଞ୍ଚି ଗ୍ରାମବାସୀ ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକଙ୍କୁ ସାକ୍ଷାତ କରି ସମସ୍ତ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ ପାଇଁ ଦାବି ଜଣାଇଥିଲେ। ତହସିଲଦାର,ଆଇଆଇସି ଏବଂ ଦିଗପହଣ୍ଡି ଅବକାରୀ ଥାନା ଏସ.ଆଇ ଅନିତା ପ୍ରଧାନ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ୪ ମଦ ଦୋକାନକୁ ସିଲ କରିବା ସହ ସେଠାରୁ ମଦ ଜବତ କରିଥିଲେ। ରାତିରେ ଆଇଆଇସିଙ୍କ ନେତୃତ୍ୱରେ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରି ରୁଦ୍ରଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଥିବା କଙ୍କୋରଡ଼ା ଗ୍ରାମର ସନ୍ୟାସୀ ଜେନା,ସନ୍ତୋଷ ଜେନା, କୀର୍ତ୍ତନ ଜେନା, ରାଘବ ପ୍ରଧାନ, ଟୁନା ଓରଫ କାହ୍ନା ଜେନାଙ୍କୁ ଗିରଫ କରି ଗୁରୁବାର ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟ କୁ ଚାଲାଣ କରିଥିଲେ।ଜାମିନ ଆବେଦନ ନାମଞ୍ଜୁର ହେବାରୁ ସମସ୍ତ ଅଭିଯୁକ୍ତ ମାନଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri