ଜିରୋ ନାଇଟ ସେଲିବ୍ରେଶନ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

ବଲାଙ୍ଗୀର, ୧।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀନଗରପଡାରେ ଜିରୋ ନାଇଟ ସେଲିବ୍ରେଶନ ସମୟରେ ଖଣ୍ଡାରେ ଆକ୍ରମଣ ହୋଇଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆକ୍ରମଣକାରୀ ଦୁଇ ଯୁବକ ଫେରାର ହୋଇଯାଇଛନ୍ତି। ଡିସେମ୍ବର ୩୧ ତାରିଖ ଜିରୋ ନାଇଟ ସେଲିବ୍ରେଶନ ସମୟରେ ବଲାଙ୍ଗୀର ସହରର ତୁଳସୀନଗରପଡର ଗଳି ରାସ୍ତାରେ କିଛି କିଶୋରଙ୍କ ସହ କିଛି ଯୁବକମାନେ ଜିରୋନାଇଟ ସେଲିବ୍ରେଶନ କରୁଥିଲେ । ଏହି ସମୟରେ ଦୁଇଜଣ ଯୁବକ କ୍ଷୀପ୍ର ଗତିରେ ଏକ ବାଇକରେ ପିଲାମାନେ ନାଚୁଥିବା ସ୍ଥାନକୁ ଧସେଇ ପଶିଥିଲେ । ସେଇ ବାଇକ ଧକ୍କାରେ ଜଣେ ଯୁବକ ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଯୁବକମାନେ ସେଇ ବାଇକ ଆରୋହୀ ଦୁଇ ଯୁବକଙ୍କୁ ଦ୍ରୁତ ଗତିରେ ବାଇକ ଚଲାଇବାକୁ ମନା କରିଥିଲେ। ବାଇକରେ ଥିବା ଦୁଇ ଯୁବକ ଖଣ୍ଡା ବାହାର କରି ସେଠାରେ ନାଚୁଥିବା ଯୁବକଙ୍କ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣରେ ତୁଳସୀନଗରପଡା ମଧୁସୂଦନ ବଗର୍ତି ଏବଂ ଅଗ୍ନିକୁମାର ବିଶି ଗୁରୁତର ଆହତ ହୋଇଛନ୍ତି। ମଧୁସୂଦନଙ୍କ ହାତରେ ଏବଂ ଅଗ୍ନିଙ୍କ ମୁଣ୍ଡରେ ଆଘାତ ଲାଗିଛି। ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତିି କରାଯାଇଛି । ଆକ୍ରମଣକାରୀଙ୍କ ଭିତରୁ ଜଣକର ନାଁ ବବଲୁ ଷାଣ୍ଢ ବୋଲି ଅଭିଯୋଗ ହୋଇଛି । ଅନ୍ୟଜଣଙ୍କର ନାଁ ଜଣାପଡ଼ିନାହିଁ । ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି । ବଲାଙ୍ଗୀର ଟାଉନ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri