ପୂର୍ବ ଶତ୍ରୁତାରୁ ଆକ୍ରମଣ: ସାନଭାଇ ମୃତ, ବଡ଼ ଗୁରୁତର

ସାକ୍ଷୀଗୋପାଳ,୩ା୧୨(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଷୋଳହଳ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ଗୋଷ୍ଠୀ ଆକ୍ରମଣରେ ଇନ୍ଦ୍ରମଣି ପଣ୍ଡା (୪୬)ଙ୍କର ମୃତ୍ୟୁ ଘଟିଛି। ମୃତ ଇନ୍ଦ୍ରମଣି ଗ୍ରାମ ନିକଟ କେନାଲକୁ ଶୌଚ ପାଇଁ ଯାଇଥିବା ବେଳେ ପୂର୍ବରୁ ସେଠାରେ ଛପି ରହିଥିବା ବିଜୟ କୁମାର ପଣ୍ଡା ଓ ଅନ୍ୟମାନେ କଟୁରି, ଶାବଳ, ଠେଙ୍ଗା ଆଦି ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଖବର ପାଇ ତାଙ୍କ ସ୍ତ୍ରୀ ଓ ପରିବାର ଲୋକେ ଇନ୍ଦ୍ରମଣିଙ୍କୁ ରକ୍ଷା କରିବାକୁ ଯାଇ ଆକ୍ରମଣସ୍ତର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏପରିକି ଇନ୍ଦ୍ରମଣି ତଳେ ପଡ଼ିଯାଇ ଥିବା ସମୟରେ ତାଙ୍କ ବେକ ଉପରେ ମୋଟର ସାଇକେଲ ଚଢ଼ାଇ ଦିଆଯାଇଥିଲା ବୋଲି ଅଭିଯୋଗକାରୀମାନେ ପୋଲିସକୁ କହିଛନ୍ତି। ଗୁରୁତର ଅବସ୍ଥାରେ ମୃତ ଇନ୍ଦ୍ରମଣି ଓ ତାଙ୍କ ବଡ଼ଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କୁ ପ୍ରଥମେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ପୁରୀ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଇନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଛି। ଏନେଇ ଇନ୍ଦ୍ରମଣିଙ୍କ ସ୍ତ୍ରୀ ସୁକାନ୍ତି ପଣ୍ଡାଙ୍କ ଅଭିଯୋଗ କ୍ରମେ ସତ୍ୟବାଦୀ ଥାନା କେସ୍‌ ନଂ ୩୫୫/ ୨୨ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ପୋଲିସ ମୃତ ଇନ୍ଦ୍ରମଣିଙ୍କ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହିତ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ତଦନ୍ତ କରୁଥିବା ସତ୍ୟବାଦୀ ଥାନା ଆଇଆଇସି ବିଜୟ କେତନ ବେହେରା କହିଛନ୍ତି। ଅଭିଯୁକ୍ତମାନଙ୍କୁ ଗିରଫ କରିବା ନିମନ୍ତେ ଏସ୍‌ପିଙ୍କ ନିର୍ଦ୍ଦେଶରେ ଟିମ୍‌ ଆଖପାଖ ଗ୍ରାମରେ ଚଢ଼ାଉ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri