ବିଜେଡିକର୍ମୀଙ୍କୁ ଘେରି ଖଣ୍ଡାରେ ହାଣି ପକାଇଲେ

ଦିଗପହଣ୍ଡି,୪।୧୨(ଅଶେଷ ନାଥ ମିଶ୍ର): ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ବିଜେଡି କର୍ମୀ ଜି.ବଂଶୀ ଦୋରାଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସୋମବାର ରାତି ପ୍ରାୟ ସାଢ଼େ ୮ଟାରେ ବଂଶୀ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରୁ କାମସାରି ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଗାଁ ହନୁମାନ ମନ୍ଦିର ସମ୍ମୁଖରେ ପୂର୍ବ ଯୋଜନା ପ୍ରକାରେ ଭାଜପାର ୯ରୁ ଊଦ୍ଧର୍‌ବ ସମର୍ଥକ ତାଙ୍କୁ ଘେରି ଖଣ୍ଡାରେ ଆକ୍ରମଣ କରିଥିଲେ। ତାଙ୍କ ମୋବାଇଲ ଫୋନ୍‌, ସୁନାମୁଦି, ଘଣ୍ଟା ଓ ପ୍ରାୟ ୫ ହଜାର ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ। ପରିବାର ଲୋକେ ଖବର ପାଇ ଚେତାଶୂନ୍ୟ ଅବସ୍ଥାରେ ରକ୍ତ ଜୁଡୁବୁଡୁ ହୋଇ ତଳେ ପଡିଥିବା ବଂଶୀଙ୍କୁ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ଏନେଇ ବଂଶୀଙ୍କ ସ୍ତ୍ରୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତମାନଙ୍କ ନାଁରେ ମକଦ୍ଦମା ରୁଜୁ କରିବା ସହ ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଚଳାଇଛନ୍ତି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ଗ୍ରାମର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମକୁ ନେଇ ବ୍ଲକ କାର୍ଯ୍ୟାଳୟକୁ ଆସିଥିବା ଭାଜପା ଏବଂ ବିଜେଡି ସମର୍ଥକଙ୍କ ମଧ୍ୟରେ ବଚସା ହେବା ସହ ଗଣ୍ଡଗୋଳର ସୂତ୍ରପାତ ଘଟିଥିଲା। ଉଭୟପକ୍ଷ ଏତଲା ଦେଇଥିଲେ। ପୋଲିସ ପୃଥକ ମାମଲା ନଂ.୪୭୨/୨୪ ଏବଂ ୪୭୩/୨୪ ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri