ପୁରୀ ବଡ଼ଦାଣ୍ଡରେ ହଣାହଣି

ପୁରୀ ଅଫିସ, ୧୮ା୩: ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୩ ଜଣ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକମାନେ ହେଲେ ଦଇତାପଡ଼ା ସାହିର ହୃଷୀକେଶ ପଣ୍ଡା, ପଞ୍ଚ ଚଉଁରା ଛକର ଖଗେଶ୍ୱର ସାହୁ ଓ ନୂଆପାଟଣାର ବଣୁଆଗଳିର ସମୀର ଦାଶ।
ହୃଷୀକେଶ ଓ ଖଗେଶ୍ୱରଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସମୀରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସମୀରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଖଡ଼ିପଦା ମେଳଣରେ ଦୁଇ ଗୋଷ୍ଠୀ ଜୁଆ ଖେଳୁଥିଲେ। ପରେ କୌଣସି କାରଣରୁ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇ ହାତାହାତି ହୋଇଥିଲା।
ଶନିବାର ସକାଳେ ଏକ ଗୋଷ୍ଠୀର କିଛି ଯୁବକ ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ବସି ଚା ପିଉଥିଲେ। ଏହି ସମୟରେ ଅନ୍ୟ ଗୋଷ୍ଠୀର କିଛି ଯୁବକ ବାଇକ୍‌ରେ ଆସି ସମ୍ପୃକ୍ତ ଗୋଷ୍ଠୀର ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ତା’ପରେ ଉଭୟ ଗୋଷ୍ଠୀ ମଧ୍ୟରେ ହଣାହଣିରେ ୩ ଯୁବକ ଆହତ ହୋଇଥିଲେ। ପୋଲିସ ପହଞ୍ଚତ୍ ୩ ଜଣ ଆହତ ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ଉକ୍ତ ଘଟଣାର ତଦନ୍ତ ପାଇଁ ପୁରୀ ଏସ୍‌ପିଙ୍କ ନେତୃତ୍ୱରେ ୩ଟି ଟିମ୍‌ ଗଠନ କରାଯାଇଛି। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଛି ନା ଆଉ କିଛି କାରଣ ଅଛି ଏପର୍ଯ୍ୟନ୍ତ ପୋଲିସ୍‌ ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri