ପୁରୀ ବଡ଼ଦାଣ୍ଡରେ ହଣାହଣି

ପୁରୀ ଅଫିସ, ୧୮ା୩: ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୩ ଜଣ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକମାନେ ହେଲେ ଦଇତାପଡ଼ା ସାହିର ହୃଷୀକେଶ ପଣ୍ଡା, ପଞ୍ଚ ଚଉଁରା ଛକର ଖଗେଶ୍ୱର ସାହୁ ଓ ନୂଆପାଟଣାର ବଣୁଆଗଳିର ସମୀର ଦାଶ।
ହୃଷୀକେଶ ଓ ଖଗେଶ୍ୱରଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସମୀରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସମୀରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଖଡ଼ିପଦା ମେଳଣରେ ଦୁଇ ଗୋଷ୍ଠୀ ଜୁଆ ଖେଳୁଥିଲେ। ପରେ କୌଣସି କାରଣରୁ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇ ହାତାହାତି ହୋଇଥିଲା।
ଶନିବାର ସକାଳେ ଏକ ଗୋଷ୍ଠୀର କିଛି ଯୁବକ ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ବସି ଚା ପିଉଥିଲେ। ଏହି ସମୟରେ ଅନ୍ୟ ଗୋଷ୍ଠୀର କିଛି ଯୁବକ ବାଇକ୍‌ରେ ଆସି ସମ୍ପୃକ୍ତ ଗୋଷ୍ଠୀର ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ତା’ପରେ ଉଭୟ ଗୋଷ୍ଠୀ ମଧ୍ୟରେ ହଣାହଣିରେ ୩ ଯୁବକ ଆହତ ହୋଇଥିଲେ। ପୋଲିସ ପହଞ୍ଚତ୍ ୩ ଜଣ ଆହତ ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ଉକ୍ତ ଘଟଣାର ତଦନ୍ତ ପାଇଁ ପୁରୀ ଏସ୍‌ପିଙ୍କ ନେତୃତ୍ୱରେ ୩ଟି ଟିମ୍‌ ଗଠନ କରାଯାଇଛି। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଛି ନା ଆଉ କିଛି କାରଣ ଅଛି ଏପର୍ଯ୍ୟନ୍ତ ପୋଲିସ୍‌ ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?