ସଂଘବଦ୍ଧ ଆକ୍ରମଣ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଆସିକା,୧୯ା୪(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତ କେ. ଭରତପଲ୍ଲୀ ଗ୍ରାମରେ ଶୁକ୍ରବାର ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଥିଲେ। ପୋଲିସ ଶନିବାର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଧରାକୋଟ ଗ୍ରାମର ଦିଗାମ୍ବର ଦାସଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଗୋଟିଏ ପଞ୍ଝା ଓ ଗୋଟିଏ ମୋବାଇଲ ଫୋନ୍‌ ଜବତ ହୋଇଛି। ଆକ୍ରମଣରେ ସଂପୃକ୍ତ ଆଉ ୬ଜଣଙ୍କୁ ଗିରଫ ଲାଗି ଉଦ୍ୟମ ଚାଲିଥିବା ଥାନା ଅଧିକାରୀ କୁଳମଣି ସେଠୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସଂଘବଦ୍ଧ ଆକ୍ରମଣରେ କେ. ଭରତପଲ୍ଲୀ ଗ୍ରାମର ଚିତ୍ରସେନ ମଳିକ, ଲକ୍ଷ୍ମଣ ମଳିକ, ନିରଞ୍ଜନ ମଳିକ ଓ ନାରାୟଣ ମଳିକ ଗୁରୁତର ଆହତ ହୋଇଥିଲେ। ଘଟଣା ସମ୍ପର୍କରେ ଚିତ୍ରସେନ ଆସିକା ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ.୨୮୯/୨୫ରେ ଏକ ମାମଲା ରୁଜୁ କରିଥିଲା। ପୂର୍ବରୁ ଚିତ୍ରସେନ ଭଲ ପାଉଥିବା ଜଣେ ଯୁବତୀଙ୍କ ଫଟୋକୁ ମୋବାଇଲ ଫୋନ୍‌ ଷ୍ଟାଟସରେ ରଖିଥିବା ଘଟଣାକୁ ନେଇ ଏହି ଆକ୍ରମଣ ହୋଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri