ଗଣମାଧ୍ୟମ ପ୍ରତିନିଧିଙ୍କ ହାତ ବାନ୍ଧି ନିସ୍ତୁକ ମାଡ: ଜଣେ ନାବାଳକ ସହ ୩ ଗିରଫ

ବଲାଙ୍ଗୀର,୨୬।୫:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଚାଲିଥିବା ଏକ ରାସ୍ତା ଗାଡଓ୍ବାଲ କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଖବର ପ୍ରସାରଣ କରିବାରୁ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଜଣେ ଠିକାଦାର ଗୁଣ୍ଡା ଲଗାଇ ନିସ୍ତୁକ ମାଡ ମାରିଥିଲେ । ଏଭଳିକି ବର୍ବରୋଚିତ ମାଡ ଘଟଣାର ଭିଡିଓ ଭାଇରାଲ କରିଥିଲେ। ଏହି ଘଟଣାର ୪ ଦିନ ପରେ ପୋଲିସ ଜଣେ ନାବାଳକ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାରେ ସମ୍ପୃକ୍ତ ଠିକାଦାର ଫେରାର ଅଛନ୍ତି ଓ ତାଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି ଅଭିଳାଷ ଜି କହିଛନ୍ତି।

ସୂଚନା ଥାଉକି, ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଚାଲିଥିବା ଏକ ରାସ୍ତା ଗାଡ୍‌ଓ୍ବାଲ କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଖବର ପ୍ରସାରଣ କରିବାରୁ ଠିକାଦାର ଗୁଣ୍ଡା ଲଗାଇ ନିସ୍ତୁକ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ବଲାଙ୍ଗୀରର ସାମ୍ବାଦିକମାନେ ଶନିବାର ଏସଂକ୍ରାନ୍ତରେ ଏସ୍‌ପି ଅଫିସକୁ ଯାଇ ଦାବିପତ୍ର ଦେବା ସହ ସମ୍ପୃକ୍ତ ଠିକାଦାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ରବିବାର ଅପରାହ୍ନରେ ଗଣମାଧ୍ୟମ ପ୍ରତିନିଧି ଜଣକ ଗାଁକୁ ଯାଇ ରାସ୍ତାର ଭିଡିଓ ଉତ୍ତୋଳନ କରି ଲୋକଙ୍କ

ପ୍ରତିକ୍ରିୟା ନେଉଥିବା ବେଳେ ସେହି ପ୍ରକଳ୍ପରେ କାମ କରୁଥିବା କିଛି ଲୋକ ଆସି ତାଙ୍କୁ ବାରଣ କରିଥିଲେ। ଏହା ପରେ ଠିକାଦାର ପଠାଇ ଥିବା ଗୁଣ୍ଡାମାନେ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଏପରିକି ସେମାନେ ଗଣମାଧ୍ୟମ ପ୍ରତିନିଧିଙ୍କ ହାତବାନ୍ଧି ଘୋଷାଡ଼ି ଘୋଷାଡ଼ି ଗାଁ ମଝିକୁ ନେଇଥିଲେ। ସେଠାରେ ଗାଁ ଦାଣ୍ଡରେ ସର୍ବସମ୍ମୁଖରେ ନିସ୍ତୁକ ମାଡ଼ ମାରିଥିଲେ। ଗାଆଁରେ କଙ୍ଗାରୁ କୋର୍ଟ କରି ସେମାନେ ତାଙ୍କୁ ଶାରୀରିକ ଓ
ମାନସିକ ନିର୍ଯାତନା ଦେଇଥିବା ଏସ୍‌ପିଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ସେଇ ଗୁଣ୍ଡାମାନେ ସ୍ଥାନୀୟ ମନ୍ଦିରକୁ ନେଇ ଆଗକୁ ଆଉ ଖବର ନ କରିବାକୁ ସାମ୍ବାଦିକଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଥିବା ଉଲ୍ଲେଖ କରାଯାଇଛି। ସେହି ଗୁଣ୍ଡାମାନେ ଖବରଦାତାଙ୍କୁ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଜୀବନରେ ମାରିଦେବା ଧମକ ଦେଇଥିବା ପୁଇଁତଲା ଥାନାରେ ଅଭିଯୋଗ ହୋଇଛି। ଆଡିଶନାଲ ଏସ୍‌ପି ଆଲୋକ ଜେନା ଦାବିପତ୍ର ଗ୍ରହଣ କରି ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri