ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା ଫଳରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ନାମ ମାନସ ମେହେର ଓ ସେ ବଳଦିଆମାଲ ଗ୍ରାମର ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସାରେ ମାନସ ଓ ତାଙ୍କ ସାଙ୍ଗ ବାଇକରେ ଜୁନାଗଡ଼ ସହରରୁ ଘରକୁ ଫେରୁଥିବାବେଳେ ନୂଆ ବସଷ୍ଟାଣ୍ଡ ନିକଟରେ ଅନ୍ୟ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଏହି ସମୟରେ ଅନ୍ୟ ବାଇକ୍‌ରେ ବସିଥିବା ଯୁବକ ମାନେ ଉତ୍ୟକ୍ତ ହୋଇ ମାନସକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ମାନସ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜୁନାଗଡ଼ ସରକାରୀ ଡାକ୍ତରଖାନା ଓ ପରେ ରାୟପୁରଙ୍କୁ ନିଆଯାଉଥିବାବେଳେ ବାଟରେ ଚିକିତ୍ସା ଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ,ପରିବାର ର୍ଗ ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି। ଏଥିରେ ସମ୍ପୃକ୍ତ ଥିବା ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ନେବାକୁ ପରିବାର ଓ ସମ୍ପର୍କୀୟ ଲୋକେ ଆଜି ସକାଳରେ ଜୁନାଗଡ଼ ଥାନାର ଦ୍ୱାରସ୍ତ ହୋଇଛନ୍ତି। ଜୁନାଗଡ଼ ପୋଲିସ ଏ ନେଇଁ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri