ଜିମ୍‌ ସେଣ୍ଟରରେ ଅଭିନେତାଙ୍କୁ ଆକ୍ରମଣ

ମୁମ୍ବାଇ: ‘ଯୋଦ୍ଧା ଆକବର’ ଏବଂ ‘ବିଗ୍‌ ବ୍ରଦର’ ଭଳି ଫିଲ୍ମରେ ଅଭିନୟ କରିଥିବା ପଞ୍ଜାବର ପ୍ରସିଦ୍ଧ ଅଭିନେତା ଅମନ ଧାଲିଓ୍ବାଲଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଆମେରିକାର କାଲିଫର୍ନିଆର ଏକ ଜିମ୍‌ରେ ସେ ଓ୍ବାର୍କଆଉଟ୍‌ କରୁଥିବା ସମୟରେ କେହି ଜଣେ ଅଜଣା ବ୍ୟକ୍ତି ତାଙ୍କୁ କୁରାଢ଼ିରେ ଆକ୍ରମଣ କରିଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଅମନ ଆକ୍ରମଣକାରୀଙ୍କଠାରୁ ନିଜକୁ ରକ୍ଷା କରିବାକୁ ଯାଇ ଆହତ ହୋଇଥିବା ଦେଖିବାକୁ ମିଳିଛି।

ଏହି ଭିଡିଓକୁ ଜଣେ ୟୁଜର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହାକି ଆମେରିକାର ସ୍ଥାନୀୟ ସମୟ ଅନୁଯାୟୀ ସକାଳ ସାଢ଼େ ୯ଟାରେ ଘଟିଛି।

ଜିମ୍‌ ସେଣ୍ଟରରେ ଅମନ ଓ୍ବାର୍କଆଉଟ୍‌ କରୁଥିବା ବେଳେ ଜଣେ ଅଜଣା ବ୍ୟକ୍ତି କୁରାଢ଼ି ଧରି ହଠାତ୍‌ ତାଙ୍କୁ ଆକ୍ରମଣ କରୁଛନ୍ତି। ଅଜଣା ବ୍ୟକ୍ତିଙ୍କ କବଳରୁ ରକ୍ଷା ପାଇବା ପାଇଁ ଅମନଙ୍କର ତାଙ୍କ ସହ ଧସ୍ତାଧସ୍ତି ହେଉଛି। ଫଳରେ ଅମନ ରକ୍ତ ଜୁଡୁବୁଡୁ ହୋଇଥିବା ଦେଖିବାକୁ ମିଳିଛି। ଏହି ସମୟରେ ପାଖରେ ଥିବା କିଛି ଲୋକ ଅଜଣା ବ୍ୟକ୍ତିଙ୍କୁ କାବୁ କରି ନେଇଛନ୍ତି। ପରେ ପୋଲିସ ଆସି ତାଙ୍କୁ ନେଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri