Posted inଜାତୀୟ

ଦିଲ୍ଲୀରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଉପରେ ଆକ୍ରମଣ, ପଦଯାତ୍ରା ସମୟରେ…

ନୂଆଦିଲ୍ଲୀ,୩୦।୧୧: ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ପ୍ରମୁଖ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ଆକ୍ରମଣ। ତାଙ୍କ ଉପରେ କେହି ଜଣେ ତରଳ ପଦାର୍ଥ ଫିଙ୍ଗିଛନ୍ତି। ହେଲେ ସୌଭାଗ୍ୟବଶତଃ ସେ ଏହି ଆକ୍ରମଣରୁ ବର୍ତ୍ତି ଯାଇଛନ୍ତି। ଏହି ସମୟରେ କେଜ୍‌ରିଓ୍ବାଲଙ୍କ ସହ ଉପସ୍ଥିତ ଲୋକେ ଅଭିଯୁକ୍ତଙ୍କୁ କାବୁ କରି ପୋଲିସକୁ ହସ୍ତାନ୍ତର କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ପଚରାଉଚରା କରୁଛି। ଏହି ଘଟଣା ସମ୍ପର୍କରେ ଦଳ ଭାଜପାର ବହୁ ବରିଷ୍ଠ ନେତାଙ୍କ ଉପରେ ଅଭିଯୋଗ ଆଣିଛି। ଆପ୍‌ ପକ୍ଷରୁ ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇ ଏହାକୁ ଭାଜପାର ଷଡ଼ଯନ୍ତ୍ର ବୋଲି କୁହାଯାଇଛି।

କହିରଖୁଛୁ, କେଜ୍‌ରିଓ୍ବାଲ ଶନିବାର ସନ୍ଧ୍ୟାରେ ଦିଲ୍ଲୀର ଗ୍ରେଟର କୈଳାଶରେ ପଦଯାତ୍ରାରେ ବାହାରିଥିଲେ। ଏହି ସମୟରେ ତାଙ୍କ ସହ ବହୁତ ସମର୍ଥକ ଉପସ୍ଥିତ ଥିଲେ। କେଜ୍‌ରିଓ୍ବାଲ ଲୋକଙ୍କ ସହ ହାତ ମିଳାଇ ଆଗକୁ ଚାଲିଥିଲେ। ହେଲେ ଜଣେ ଯୁବକ ଭେଟିବାର ବାହାନା କରି ଆସି ତାଙ୍କ ଉପରକୁ ତରଳ ପଦାର୍ଥ ଫିଙ୍ଗିଥିଲେ।
କେଜ୍‌ରିଓ୍ବାଲଙ୍କ ସହ ଚାଲୁଥିବା ସମର୍ଥକମାନେ ଅଭିଯୁକ୍ତଙ୍କୁ କାବୁ କରିଥିଲେ। ପରେ ତାଙ୍କୁ ନିର୍ଧୁମ ଛେଚି ଥିଲେ। ପରେ କେଜ୍‌ରିଓ୍ବାଲ ନିଜେ ଅଭିଯୁକ୍ତଙ୍କୁ ଛଡ଼ାଇ ପୋଲିସର ଜିମା ଦେଇଥିଲେ। ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଥାନାକୁ ନେଇ ପଚରାଉଚରା କରାଯାଉଛି।

ଆପ୍‌ କହିଛି ଯେ, ଏହି ଆକ୍ରମଣ ଦିଲ୍ଲୀର ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି। ଦିଲ୍ଲୀରେ ଗୁଣ୍ଡାଙ୍କ ପ୍ରାର୍ଦୁଭାବ ବଢ଼ୁଛି। ଦେଶର ରାଜଧାନୀରେ ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ସୁରକ୍ଷିତ ନାହାନ୍ତି ତେବେ ସାଧାରଣ ଲୋକଙ୍କ ଅବସ୍ଥା କ’ଣ ହେବ। ନିଜେ କେଜରିଓ୍ବାଲ ମଧ୍ୟ ଆଇନ ବ୍ୟବସ୍ଥାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?