ବ୍ଲକ କାର୍ଯ୍ୟାଳୟରେ ପଶି ବିଡିଓଙ୍କୁ ଆକ୍ରମଣ: ପ୍ରତିବାଦରେ…

ରାଜନଗର,୩ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଭାଜପା ନେତା ଓ କର୍ମୀମାନେ ଆକ୍ରମଣ ଘଟଣାରେ ଶନିବାର ଦିନତମାମ ବ୍ଲକ ପରିସରରେ ଉତ୍ତେଜନା ଲାଗିରହିଛି। ବିଡିଓଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ବିଜେଡି କର୍ମୀମାନେ ଦେବେନ୍ଦ୍ର ଜେନାଙ୍କ ନେତୃତ୍ୱରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସି ମୋହନ ସରକାରଙ୍କ ବିରୋଧରେ ବିଭିନ୍ନ ନାରାବାଜି ଜାରି ରଖିଛନ୍ତି।

ସୂଚନା ଥାଉକି, ଶୁକ୍ରବାର କେତେକ ଭାଜପା କର୍ମୀ ଆମ ସରକାର ଆମ କାମ କର ବୋଲି ବିଡିଓ ଶ୍ରୀମତୀ ପୃଷ୍ଟିଙ୍କୁ କହିଥିଲେ। ସେ ସରକାରୀ ନିୟମ ଅନୁସାରେ କାମ ହେବ ବୋଲି କହିବାରୁ ଏଠିକାର ପରାଜିତ ପ୍ରାର୍ଥୀ ଲଳିତ ବେହେରା ତାଙ୍କ କର୍ମୀଙ୍କ ସହ ବ୍ଲକ କାର୍ଯ୍ୟାଳୟରେ ପଶି ଆତଙ୍କ ଖେଳାଇଥିବା ବିଜେଡି ଅଭିଯୋଗ ଆଣିଛି। ଅପରପକ୍ଷରେ ୬ ମାସ ଭିତରେ ୯ ଜଣ ବିଡିଓଙ୍କ ବଦଳି ହୋଇସାରିଲାଣି।

ଉଲ୍ଲେଖନୀୟ ଯେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭିତରକନିକା ଗସ୍ତରେ ଥିବାବେଳେ ରାଜନଗର ମୁଖ୍ୟ ରାସ୍ତାରେ ବିଜେଡି ପ୍ରତିବାଦ କରିବାରୁ ସେ ସେଠାରୁ ଭୁବନେଶ୍ୱର ଫେରି ଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri