ଭାଜପା ନେତାଙ୍କୁ ଭୁଜାଲିରେ ଆକ୍ରମଣ

ବାଲେଶ୍ବର ଅଫିସ ୧୧।୪: ବାଲେଶ୍ବର ଜିଲା ସୋର ଭାଜପାର ନଗରଉପସଭାପତିଙ୍କୁ ମଙ୍ଗଳବାର ଭୁଜାଲିରେ ଆକ୍ରମଣ କରାଯାଇଛି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଭାଜପା ନଗର ଉପସଭାପତି ତଥା ପୌର ପରିଷଦର କାଉନସିଲରଙ୍କ ସ୍ବାମୀ ଲୋକନାଥ ରାଉତଙ୍କୁ ସୋର ଥାନା ନିକଟରେ ତେଲେଙ୍ଗା କଟୁରିରେ ମରଣାନ୍ତକ ଆକ୍ରମଣ ହୋଇଛି । ସେ ପ୍ରତିଦିନ ଭଳି ମଙ୍ଗଳବାର ଭୋରରେ ଘରୁ ବାହାରି ସକାଳ ଭ୍ରମଣରେ ଯାଉଥିଲେ। ସେତିକିବେଳେ ବାଇକ୍‌ରେ ୨ଜଣ ଯୁବକ ଆସି ପଛପଟୁ ତାଙ୍କୁ ଅତର୍କିତ ଆକ୍ରମଣ କରି ଚମ୍ପଟ ମାରିଥିଲେ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦୁର୍ବୃତ୍ତମାନେ ସୋର ଥାନାରୁ ମାତ୍ର ୧୦ ମିଟର ଦୂରରେ ଏଭଳି କାଣ୍ଡ ଭିଆଇଛନ୍ତି। ସ୍ଥାନୀୟ ଲୋକେ ଲୋକନାଥଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତର ବାଲେଶ୍ବର ଜିଲା ମୁଖ୍ୟ
ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ରାଜନୈତିକ ଶତ୍ରୁତା କାରଣରୁ ଭାଜପା ନଗର ଉପସଭାପତି ତଥା ପୌର ପରିଷଦର କାଉନ୍‌ସିଲରଙ୍କ ସ୍ବାମୀ ଲୋକନାଥ ରାଉତଙ୍କୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ସେ ଜଣେ ବସ୍‌ ମାଲିକ ଏବଂ ପ୍ରତିଷ୍ଠିତ ବ୍ୟବସାୟୀ। ଏହି ଘଟଣା ସୋର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri