ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ଏମ୍କେସିଜି ମେଡିକାରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନା ମୁତାବକ, ୩ଜଣ ଅଭିଯୁକ୍ତ ବାଇକ୍ରେ ଆସି ଭାଜପା ନେତାଙ୍କୁ ଅତର୍କିତ ଆକ୍ରମଣ କରି ଫେରାର୍ ହୋଇଯାଇଥିଲେ। ଅନ୍ୟପକ୍ଷେ ଆକ୍ରମଣର କାରଣ ଜଣାପଡି ନାହିଁ।

