BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ସାମୁହିକ ଛୁଟିରେ ଗଲା ବରଗଡ଼ ଓଏଏସ୍‌ ସଂଘ

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଘଟଣାର ପ୍ରଭାବ ବରଗଡ଼ ଜିଲାରେ ମଧ୍ୟ ପଡିଛି। ଆକ୍ରମଣ ଘଟଣାକୁ ବରଗଡ଼ ଜିଲା ଓଏଏସ୍‌ ସଂଘ ଦୃଢ ନିନ୍ଦା କରିଛି। ଏହି କ୍ରମରେ ମଙ୍ଗଳବାର ସଂଘ ତଥା ଜିଲାରେ କାର୍ଯ୍ୟରତ ୪୨ ଜଣ ଓଏଏସ୍‌ ଅଧିକାରୀ ଏବଂ ୨୨ ଜଣ ଓଆର୍‌ଏସ୍‌ ଅଧିକାରୀଙ୍କୁ ମିଶାଇ ସମୁଦାୟ ୬୫ ଜଣ ଅଧିକାରୀ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲାପାଳଙ୍କୁ ଏକ ଆବେଦନପତ୍ର ପ୍ରଦାନ କରିଛନ୍ତି। ଆବେଦନ ପତ୍ର ପ୍ରଦାନ ସମୟରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ସମେତ ଜିଲାର ସମସ୍ତ ବରିଷ୍ଠ ଓଏଏସ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ତଥା ଅନ୍ୟ ଓଏଏସ ଏବଂ ଓଆରଏସ୍‌ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri