ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦରେ ସମୂହ ଛୁଟିରେ ଗଞ୍ଜାମ ଓଏଏସ୍‌ ସଂଘ

ଛତ୍ରପୁର,୧ା୭(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) କାର୍ଯ୍ୟାଳୟରେ ସୋମବାର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରି ମଙ୍ଗଳବାର ଗଞ୍ଜାମ ଜିଲା ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ କରାଯାଇଛି। ସଂଘ ସଭାପତି ତଥା ଏଡିଏମ ପ୍ରମୋଦ କୁମାର ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସଠାରେ ପ୍ରତିବାଦ ସଭା କରାଯାଇ ଆକ୍ରମଣ ଘଟଣାକୁ ନିନ୍ଦା କରାଯାଇଛି।

ରାଜ୍ୟ ଓଏଏସ ସଂଘ ପକ୍ଷରୁ ସମୂହ ଛୁଟି ନିଷ୍ପତି ସ୍ଥଗିତକୁ ଗଞ୍ଜାମ ଜ଼ିଲା ଓଏଏସ ସଂଘ ନ ମାନି କାର୍ଯ୍ୟବନ୍ଦ ଓ ସମୂହ ଛୁଟି ନିଷ୍ପତ୍ତିି ନେଇଥିବା ସୂଚନା ଦିଆଯାଇଛି । ଭାରତୀୟ ନ୍ୟାୟ ସୁରକ୍ଷା ସଂହିତା ଆଧାରରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ସମ୍ପୃକ୍ତ ଏବଂ ଏହାର ପଛରେ ଥିବା ସମସ୍ତଙ୍କୁ ଗିରଫ କରିବା, ଓଏଏସ ଅଧିକାରୀ ମାନଙ୍କୁ ସୁରକ୍ଷା ଦେବା ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରି ତାଙ୍କ ରିପୋର୍ଟକୁ ଆଧାର କରି ସରକାର ପଦକ୍ଷେପ ଗ୍ରହଣ କରାଯାଉ ବୋଲି ସଂଘ ପକ୍ଷରୁ ଦାବି ହୋଇଛି । ଏ ନେଇ ସର୍ବସମ୍ମତି ପତ୍ର ପ୍ରକାଶ ପାଇଛି। ଏ ସମ୍ପର୍କରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଗଞ୍ଜାମ ଜ଼ିଲାପାଳ ଓ ରାଜ୍ୟ ଓଏଏସ ସଂଘ ସଭାପତିଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଉଛି। ସେହିପରି ଗଞ୍ଜାମ ଜିଲା ଓଆରଏସ ସଂଘ ମଧ୍ୟ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି।

ପ୍ରତିବାଦ ସଭାରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଦେବଦତ୍ତ ପଣ୍ଡା, ଏମକେସିଜି ରେଜିଷ୍ଟ୍ରାର ସଂଗ୍ରାମ ପଣ୍ଡା, ଗଞ୍ଜାମ ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ କୁମାର ବେହେରା, ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଦେବୀ, ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା, ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଅତିରିକ୍ତ ଉପଜିଲାପାଳ ପାର୍ଥ ସାରଥୀ ହାଁସଦା, ଡେପୁଟି କଲେକ୍ଟର ( ଜରୁରୀ କାଳୀନ ) ଅଭିଷେକ ସାହୁ, ଛତ୍ରପୁର ତହସିଲଦାର ସମ୍ବିତ ସଂଗ୍ରାମଜିତ ସାହୁ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା, ଗଞ୍ଜାମ ବ୍ଲକ ବିଡ଼ିଓ ଅଭିମନ୍ୟୁ ଯାନୀ, ଦିଗପହଣ୍ଡି ତହସିଲଦାର ସନ୍ତୋଷ ସାହୁ, କୁକୁଡାଖଣ୍ଡି ତହସିଲଦାର ରାଜ କିଶୋର ପଟ୍ଟନାୟକଙ୍କ ସହ ବିଭିନ୍ନ ବ୍ଳକର ବିଡ଼ିଓ, ତହସିଲଦାର ଓ ଓଆରଏସ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ...

କାର୍‌-ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି।...

ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା

ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍‌ ଏବଂ...

ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର...

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍...

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri