ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦରେ ସମୂହ ଛୁଟିରେ ଗଞ୍ଜାମ ଓଏଏସ୍‌ ସଂଘ

ଛତ୍ରପୁର,୧ା୭(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) କାର୍ଯ୍ୟାଳୟରେ ସୋମବାର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରି ମଙ୍ଗଳବାର ଗଞ୍ଜାମ ଜିଲା ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ କରାଯାଇଛି। ସଂଘ ସଭାପତି ତଥା ଏଡିଏମ ପ୍ରମୋଦ କୁମାର ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସଠାରେ ପ୍ରତିବାଦ ସଭା କରାଯାଇ ଆକ୍ରମଣ ଘଟଣାକୁ ନିନ୍ଦା କରାଯାଇଛି।

ରାଜ୍ୟ ଓଏଏସ ସଂଘ ପକ୍ଷରୁ ସମୂହ ଛୁଟି ନିଷ୍ପତି ସ୍ଥଗିତକୁ ଗଞ୍ଜାମ ଜ଼ିଲା ଓଏଏସ ସଂଘ ନ ମାନି କାର୍ଯ୍ୟବନ୍ଦ ଓ ସମୂହ ଛୁଟି ନିଷ୍ପତ୍ତିି ନେଇଥିବା ସୂଚନା ଦିଆଯାଇଛି । ଭାରତୀୟ ନ୍ୟାୟ ସୁରକ୍ଷା ସଂହିତା ଆଧାରରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ସମ୍ପୃକ୍ତ ଏବଂ ଏହାର ପଛରେ ଥିବା ସମସ୍ତଙ୍କୁ ଗିରଫ କରିବା, ଓଏଏସ ଅଧିକାରୀ ମାନଙ୍କୁ ସୁରକ୍ଷା ଦେବା ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରି ତାଙ୍କ ରିପୋର୍ଟକୁ ଆଧାର କରି ସରକାର ପଦକ୍ଷେପ ଗ୍ରହଣ କରାଯାଉ ବୋଲି ସଂଘ ପକ୍ଷରୁ ଦାବି ହୋଇଛି । ଏ ନେଇ ସର୍ବସମ୍ମତି ପତ୍ର ପ୍ରକାଶ ପାଇଛି। ଏ ସମ୍ପର୍କରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଗଞ୍ଜାମ ଜ଼ିଲାପାଳ ଓ ରାଜ୍ୟ ଓଏଏସ ସଂଘ ସଭାପତିଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଉଛି। ସେହିପରି ଗଞ୍ଜାମ ଜିଲା ଓଆରଏସ ସଂଘ ମଧ୍ୟ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି।

ପ୍ରତିବାଦ ସଭାରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଦେବଦତ୍ତ ପଣ୍ଡା, ଏମକେସିଜି ରେଜିଷ୍ଟ୍ରାର ସଂଗ୍ରାମ ପଣ୍ଡା, ଗଞ୍ଜାମ ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ କୁମାର ବେହେରା, ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଦେବୀ, ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା, ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଅତିରିକ୍ତ ଉପଜିଲାପାଳ ପାର୍ଥ ସାରଥୀ ହାଁସଦା, ଡେପୁଟି କଲେକ୍ଟର ( ଜରୁରୀ କାଳୀନ ) ଅଭିଷେକ ସାହୁ, ଛତ୍ରପୁର ତହସିଲଦାର ସମ୍ବିତ ସଂଗ୍ରାମଜିତ ସାହୁ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା, ଗଞ୍ଜାମ ବ୍ଲକ ବିଡ଼ିଓ ଅଭିମନ୍ୟୁ ଯାନୀ, ଦିଗପହଣ୍ଡି ତହସିଲଦାର ସନ୍ତୋଷ ସାହୁ, କୁକୁଡାଖଣ୍ଡି ତହସିଲଦାର ରାଜ କିଶୋର ପଟ୍ଟନାୟକଙ୍କ ସହ ବିଭିନ୍ନ ବ୍ଳକର ବିଡ଼ିଓ, ତହସିଲଦାର ଓ ଓଆରଏସ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?