ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ନବୀନ ପଟ୍ଟନାୟକଙ୍କ ତୀବ୍ର ନିନ୍ଦା, ମୁଖ୍ୟମନ୍ତ୍ରୀଙ୍କୁ କଡ଼ା…

ଭୁବନେଶ୍ୱର,୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ଏହି ଘଟଣାର ଭିଡିଓ ଦେଖି ସେ ମର୍ମାହତ ହୋଇଥିବା କହିଛନ୍ତି।

ନବୀନ କହିଛନ୍ତି, “ଅତିରିକ୍ତ ସଚିବ ସ୍ତରର ଜଣେ ବରିଷ୍ଠ ଅଧିକାରୀ ରତ୍ନାକର ସାହୁଙ୍କୁ ତାଙ୍କ ଅଫିସରୁ ଟାଣି ବାହାର କରାଯାଇ ଜଣେ ଭାଜପା କର୍ପୋରେଟରଙ୍କ ଉପସ୍ଥିତିରେ ନିର୍ମମ ଆକ୍ରମଣ କରାଯାଇଛି, ଯିଏ ଜଣେ ପରାଜିତ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସହ ଜଡ଼ିତ ବୋଲି ଅଭିଯୋଗ ରହିଛି। ଏହା ଦିବାଲୋକରେ ରାଜଧାନୀ ଭୁବନେଶ୍ୱରରେ ଘଟିଥିବା ଅତ୍ୟନ୍ତ ନିନ୍ଦନୀୟ।”

ସେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପରାଧୀ ଏବଂ ଏହି ଆକ୍ରମଣର ରାଜନୈତିକ ଷଡ଼ଯନ୍ତ୍ରକାରୀଙ୍କ ବିରୋଧରେ ତୁରନ୍ତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ନବୀନ କହିଛନ୍ତି, “ଅଧିକାରୀଙ୍କ ଏଫଆଇଆର’ରେ ନାମିତ ବ୍ୟକ୍ତିମାନେ ଅପରାଧୀ ପରି ଆଚରଣ କରିଛନ୍ତି। ଯଦି ଜଣେ ବରିଷ୍ଠ ଅଧିକାରୀ ନିଜ ଅଫିସରେ ସୁରକ୍ଷିତ ନାହାନ୍ତି, ତେବେ ସାଧାରଣ ନାଗରିକମାନେ ସରକାରଙ୍କଠାରୁ କେଉଁ ଆଇନଶୃଙ୍ଖଳା ଆଶା କରିବେ?”

ସେ ଆହୁରି କହିଛନ୍ତି, “ମୁଖ୍ୟମନ୍ତ୍ରୀ ମାଝୀ ସରକାରଙ୍କ ଉପରେ ଜନତାଙ୍କ ଆସ୍ଥା ଫେରାଇ ଆଣିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେବେ ବୋଲି ମୁଁ ଆଶା କରୁଛି। ପୂର୍ବତନ ରାଜ୍ୟପାଲଙ୍କ ପୁତ୍ରଙ୍କ ଦ୍ୱାରା ଅଧିକାରୀଙ୍କୁ ଆକ୍ରମଣ ଘଟଣା ପରି ଏହା ଦଣ୍ଡବିହୀନ ହେବା ଉଚିତ ନୁହେଁ। ଓଡ଼ିଶାର ଜନତା ଏହାକୁ କ୍ଷମା କରିବେ ନାହିଁ।”


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri