BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୩୦।୬: BMC ଅଫିସ୍‌ରେ ପଶି ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କରିଥିବା ଖାରବେଳନଗର ଥାନାରେ ଏତଲା ଆଧାରରେ ଗିରଫ କରାଯାଇଛି। କଡ଼ା ଆଇନରେ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ତଦନ୍ତ ଚାଲିଛି।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସୋମବାର ନିଜ ଅଫିସରେ କିଛି ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସାହୁ ଗ୍ରୀଭାନ୍ସ ରିଡ୍ରେସାଲ ବୈଠକରେ ବ୍ୟସ୍ତ ଥିଲେ।

ରିପୋର୍ଟ ଅନୁସାରେ, ଛଅ ଜଣ ଅଜଣା ଯୁବକ ସାହୁଙ୍କ ଚାମ୍ବରକୁ ଅନଧିକୃତ ଭାବେ ପ୍ରବେଶ କରି ବିନା କାରଣରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।

ଏହି ଘଟଣା ପ୍ରତିକ୍ରିୟା ରଖି ରତ୍ନାକର ସାହୁ କହିଛନ୍ତି, “ଆକ୍ରମଣକାରୀମାନେ ମୋ ପାଇଁ ଅଜଣା। ମୁଁ ଏହି ଘଟଣା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବି ଏବଂ ଶୀଘ୍ର ଏକ ଏଫଆଇଆର ଦାଖଲ କରାଯିବ।”

ପ୍ରତିବାଦରେ ବିଏମସି କର୍ମଚାରୀମାନେ ଅଫିସ ପରିସରରେ ଧାରଣା ଦେଇଥିଲେ ଏବଂ ଦିନସାରା କାମ ବନ୍ଦ ରଖିଥିଲେ। ସେମାନେ ଅପରାଧୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଏବଂ ନାଗରିକ କର୍ମଚାରୀଙ୍କ ପାଇଁ ଉନ୍ନତ ସୁରକ୍ଷା ବ୍ୟବସ୍ଥା ଦାବି କରିଛନ୍ତି।

Video: ଭୁବନେଶ୍ୱର ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ, ଭିଡିଓ ଭାଇରାଲ


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri