ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ଗତ କିଛି ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ ଆକ୍ରମଣ ବୋଲି କୁହାଯାଉଛି। ସାହେଲ ୟାଘା ପ୍ରଦେଶର ସୋଲ୍‌ହାନ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏହି ଆକ୍ରମଣ ହୋଇଥିଲା। ଏଥିପାଇଁ ଜିହାଦୀମାନଙ୍କୁ ଦାୟୀ କରାଯାଇଛି। ନାଇଜର ସୀମାରେ ହୋଇଥିବା ଏହି ଆକ୍ରମଣରେ ଅନେକ ଘର ଓ ସ୍ଥାନୀୟ ବଜାର ଜଳିଯାଇଛି। ଏଭଳି ଆକ୍ରମଣକୁ ବର୍ବରତା ବୋଲି କହିଛନ୍ତି ବୁର୍କିନା ଫାସୋ ରାଷ୍ଟ୍ରପତି ରୋଚ୍‌ ମାର୍କ କ୍ରିଷ୍ଟିଆନ୍‌ କାବୋରେ। ଅଲ୍‌-କାଏଦା ଏବଂ ଇସ୍‌ଲାମିକ୍‌ ଷ୍ଟେଟ୍‌ ସଂଗଠନ ସହ ସମ୍ପୃକ୍ତ ଥିବା ଜିହାଦୀମାନେ ଉକ୍ତ ଦେଶକୁ ଗତ ୫ ବର୍ଷ ହେଲା ସେମାନଙ୍କ ନିୟନ୍ତ୍ରଣରେ ରଖିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବୁର୍କିନା ଫାସୋରେ ଅଧିକ ଆକ୍ରମଣାତ୍ମକ ହୋଇଛନ୍ତି। ସାହେଲରେ ୫,୦୦୦ରୁ ଊର୍ଦ୍ଧ୍ୱ ଫ୍ରାନ୍ସ ସୈନ୍ୟଙ୍କ ଉପସ୍ଥିତି ସତ୍ତ୍ୱେ ଜିହାଦୀମାନଙ୍କ ହିଂସା ବଢ଼ିଚାଲିଛି। ଗତ ଏପ୍ରିଲରେ ଦୁଇଜଣ ସ୍ପେନ୍‌ ଖବରଦାତା ଏବଂ ଜଣେ ଆୟର୍ଲାଣ୍ଡର ସଂରକ୍ଷଣବାଦୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ହତ୍ୟା କରାଯାଇଥିଲା। ଦେଶରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ ହେବାକୁ ପଡ଼ିଛି। ଅନେକ ଲୋକ ଭୟଭୀତ ହୋଇ ଅନ୍ୟ ପ୍ରଦେଶକୁ ପଳାଇଯାଉଛନ୍ତି। ସରକାର ୭୨ ଘଣ୍ଟା ଶୋକ ପାଳନ ଲାଗି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍ସ ଆକାଉଣ୍ଟ ପାଇଁ ଦେବାକୁ ପଡିବ ଅର୍ଥ!

ଓ୍ବାଶିଂଟନ,୧୬।୪: ଏଲନ ମସ୍କ ଟୁଇଟର ଟେକ ଓଭର କରିବାପରେ ଏହି ପ୍ଲାଟଫର୍ମରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମସ୍କ ଏହାର ନାମ ବଦଳାଥିଲେ। ବର୍ତ୍ତମାନ...

ଅକ୍ଷୟ ପାତ୍ର ଫାଉଣ୍ଡେଶନର ଦାବି, ୨୦୪୭ ପୂର୍ବରୁ ଭାରତ ହେବ କ୍ଷୁଧା ମୁକ୍ତ

ଓ୍ବାଶିଂଟନ,୧୬।୪: ଅକ୍ଷୟ ପାତ୍ର ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ଚଞ୍ଚଲପତି ଦାସ ଦାବି କରିଛନ୍ତି ଯେ ୨୦୪୭ ପୂର୍ବରୁ ଭାରତ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହୋଇଥିଲେ ମଧ୍ୟ...

ଏବେ ହେବ ମହାସଂଗ୍ରାମ! ଇରାନକୁ ମିଳିବ କଡା ଜବାବ…ଆକ୍ସନ ମୋଡରେ ନେତାନ୍ୟାହୁ

ଜେରୁଜେଲମ,୧୬।୪: ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର...

ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ

କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭...

ଇରାନ୍‌ର ୮୦ ୟୁଏଭିକୁ ଧ୍ୱଂସ କରିଛି ଆମେରିକା

ଓ୍ବାଶିଂଟନ,୧୬ା୪ (ପି.ଟି.): ଇସ୍ର୍ରାଏଲ ଉପରେ ଆକ୍ରମଣ ବେଳେ ଇରାନ ଛାଡ଼ିଥିବା ୮୦ରୁ ଊର୍ଦ୍ଧ୍ୱ ୟୁଏଭି ଏବଂ ଅନୂ୍ୟନ ୬ଟି ବାଲିଷ୍ଟିକ୍‌ ମିଶାଇଲ୍‌କୁ ଆମେରିକା ଧ୍ୱଂସ କରିଦେଇଥିବା ପେଣ୍ଟାଗନ...

ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ...

ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ

ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି।...

ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ

ଜେରୁଜେଲମ୍‌,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍‌ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍‌ର ଏୟାର ଡିଫେନ୍ସ ସିଷ୍ଟମ୍‌ ରକେଟ, ଡ୍ରୋନ୍‌ ଓ ମିଶାଇଲ୍‌ ଆକ୍ରମଣକୁ ପ୍ରତିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri