ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ଗତ କିଛି ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ ଆକ୍ରମଣ ବୋଲି କୁହାଯାଉଛି। ସାହେଲ ୟାଘା ପ୍ରଦେଶର ସୋଲ୍‌ହାନ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏହି ଆକ୍ରମଣ ହୋଇଥିଲା। ଏଥିପାଇଁ ଜିହାଦୀମାନଙ୍କୁ ଦାୟୀ କରାଯାଇଛି। ନାଇଜର ସୀମାରେ ହୋଇଥିବା ଏହି ଆକ୍ରମଣରେ ଅନେକ ଘର ଓ ସ୍ଥାନୀୟ ବଜାର ଜଳିଯାଇଛି। ଏଭଳି ଆକ୍ରମଣକୁ ବର୍ବରତା ବୋଲି କହିଛନ୍ତି ବୁର୍କିନା ଫାସୋ ରାଷ୍ଟ୍ରପତି ରୋଚ୍‌ ମାର୍କ କ୍ରିଷ୍ଟିଆନ୍‌ କାବୋରେ। ଅଲ୍‌-କାଏଦା ଏବଂ ଇସ୍‌ଲାମିକ୍‌ ଷ୍ଟେଟ୍‌ ସଂଗଠନ ସହ ସମ୍ପୃକ୍ତ ଥିବା ଜିହାଦୀମାନେ ଉକ୍ତ ଦେଶକୁ ଗତ ୫ ବର୍ଷ ହେଲା ସେମାନଙ୍କ ନିୟନ୍ତ୍ରଣରେ ରଖିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବୁର୍କିନା ଫାସୋରେ ଅଧିକ ଆକ୍ରମଣାତ୍ମକ ହୋଇଛନ୍ତି। ସାହେଲରେ ୫,୦୦୦ରୁ ଊର୍ଦ୍ଧ୍ୱ ଫ୍ରାନ୍ସ ସୈନ୍ୟଙ୍କ ଉପସ୍ଥିତି ସତ୍ତ୍ୱେ ଜିହାଦୀମାନଙ୍କ ହିଂସା ବଢ଼ିଚାଲିଛି। ଗତ ଏପ୍ରିଲରେ ଦୁଇଜଣ ସ୍ପେନ୍‌ ଖବରଦାତା ଏବଂ ଜଣେ ଆୟର୍ଲାଣ୍ଡର ସଂରକ୍ଷଣବାଦୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ହତ୍ୟା କରାଯାଇଥିଲା। ଦେଶରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ ହେବାକୁ ପଡ଼ିଛି। ଅନେକ ଲୋକ ଭୟଭୀତ ହୋଇ ଅନ୍ୟ ପ୍ରଦେଶକୁ ପଳାଇଯାଉଛନ୍ତି। ସରକାର ୭୨ ଘଣ୍ଟା ଶୋକ ପାଳନ ଲାଗି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri