ଚିଲିକା ବିଧାୟକଙ୍କୁ ଆକ୍ରମଣ

ଚିଲିକା ବିଧାୟକଙ୍କୁ ଆକ୍ରମଣ
ଖୋର୍ଦ୍ଧା ଅଫିସ,୧୨ା୩: ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇଛନ୍ତି। ବର୍ତ୍ତମାନ ବିଧାୟକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଆଜି ବାଣପୁରରେ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଥିବାରୁ ଭାଜପା କର୍ମୀମାନେ ଏକ ଶୋଭାଯାତ୍ରା କରୁଥିଲେ। ଭାଜପାର ହଜାର ହଜାର କର୍ମୀ ବ୍ଲକ ସମ୍ମୁଖରେ ପହଞ୍ଚତ୍ଥିବା ବେଳେ ଚିଲିକା ବିଧାୟକ ସେହି ଶୋଭାଯାତ୍ରା ଭିତରେ ପ୍ରବେଶ କରିବାକୁ ପ୍ରୟାସ କରୁଥିଲେ। ଏପରିକି କର୍ମୀ ରାସ୍ତା ନ ଛାଡ଼ିବାରୁ ବିଧାୟକ ଗାଡ଼ିକୁ ଜୋରରେ ଚଲାଇଥିଲେ। ଫଳରେ ବାଣପୁର ଆଇଆଇସିଙ୍କ ସମେତ ବହୁ ଭାଜପା ମହିଳା କର୍ମୀଙ୍କ ଗୋଡ଼ ଭାଙ୍ଗିଯାଇଥିବା ଅଭିଯୋଗ ହୋଇଛି। ଏଥିରେ ୪ରୁ ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ଏଥିରେ କିଛି ପୋଲିସ କର୍ମୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି।
ପରେ ଶୋଭାଯାତ୍ରାରେ ସାମିଲ ଭାଜପା କର୍ମୀମାନେ ଉତ୍ତ୍ୟକ୍ତ ହୋଇ ବିଧାୟକଙ୍କୁ ଆକ୍ରମଣ କରିଥିଲେ। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିଥିଲେ। ଆକ୍ରମଣରେ ବିଧାୟକ ଗୁରୁତର ହୋଇଥିବା ଜଣାପଡିଛି।
ବର୍ତ୍ତମାନ ସେଠାରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବା ବେଳେ ଏଭଳି ଘଟଣା କାହିଁକି ଘଟିଲା, ତଦନ୍ତ ପରେ ଜଣାପଡିବ। ଏପର୍ଯ୍ୟନ୍ତ ଥାନାରେ କୌଣସି ଏତଲା ହୋଇ ନ ଥିବା ବେଳେ ଏହାର କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri