କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ

ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା ନେଇ ରାମଚନ୍ଦ୍ରପୁର ପୋଲିସ ଏକ ମାମଲା (ନଂ.୧୦୬/୨୧) ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ସୁବ୍ରତ ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ଓଡପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ନିଜ ଗାଡ଼ି (ଓଡି୦୫ଏଇ୮୬୩୬)ରେ ବ୍ୟକ୍ତିଗତ କାର୍ଯ୍ୟରେ ଯାଇ ଘରକୁ ଫେରୁଥିଲେ। ସାଇଁପାଳ ଛକ ନିକଟରେ ହଠାତ୍‌ ତାଙ୍କ ଉପରକୁ ଆକ୍ରମଣ ହୋଇଥିଲା। ଆକ୍ରମଣରେ ତାଙ୍କ ଗାଡ଼ି କାଚ ଭାଙ୍ଗିଥିବା ବେଳେ ସେ କୌଶଳକ୍ରମେ ଘଟଣାସ୍ଥଳରୁ ଖସି ପଳାଇଥିଲେ। ଏହି ଆକ୍ରମଣ ଘଟଣାରେ ଘସିପୁରା ବିଧାୟକଙ୍କ ପୁଅ ଦେବାଶିଷ ପାତ୍ର ସାମିଲ ଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣା ସହିତ ତାଙ୍କର କୌଣସି ସମ୍ପର୍କ ନ ଥିବା ଏବଂ ବିରୋଧୀ ରାଜନୈତିକ ଆକ୍ରୋଶ ରଖି ତାଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣିଥିବା ଦେବାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri