ଦମ୍ପତିଙ୍କୁ ଆକ୍ରମଣ: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ନିଶ୍ଚିନ୍ତକୋଇଲି,୫ା୧୦(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ବଜାରରେ ଥିବା ଏକ ଚା’-ଜଳଖିଆ ଦୋକାନର ମାଲିକ ଓ ତାଙ୍କ ସ୍ତ୍ରୀ ଦୋକାନ ଘରେ ଶୋଇଥିବା ଅବସ୍ଥାରେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ସ୍ବାମୀ ହରେକୃଷ୍ଣ ପୃଷ୍ଟିଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ନପୂର୍ଣ୍ଣା ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି। ସକାଳୁ ସ୍ଥାନୀୟ ଲୋକେ ଚା’ ପିଇବାକୁ ଆସିଥିବା ବେଳେ ଘଟଣା ସମ୍ପର୍କରେ ଜାଣି ପରିବାର ଲୋକଙ୍କୁ ଏବଂ ପୋଲିସ ଖବର ଦେଇଥିଲେ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସାଲେପୁର ପୋଲିସର ତଦନ୍ତ ଜାରି ରଖିଛି। ଏହିପରି ଭାବରେ ଗତ ୨୪ ତାରିଖରେ ସ୍ଥାନୀୟ ଜହ୍ନିଆ ବଜାରରେ ବ୍ୟବସାୟୀ ଦୋଳଗୋବିନ୍ଦ ଦାସଙ୍କୁ ହତ୍ୟା କରାଯାଇଥିଲା। ଆଜକୁ ପ୍ରାୟ ୧୨ ଦିନ ବିତିଯାଇଥିଲେ ମଧ୍ୟ ସାଲେପୁର ପୋଲିସ ହତ୍ୟାକାରୀର ଟେର୍‌ ପାଇ ପାରି ନ ଥିବା ବେଳେ ଏ ଘଟଣାର ପର୍ଦ୍ଦାଫାଶ କେବେ କରୁଛି ତାହା ଦେଖିବାକୁ ବାକି ରହିଛି। ଏପଟେ ସାଲେପୁର ଥାନା ଅଧିକାରୀ, ଏସ୍‌ଡିପିଓ ସାଲେପୁର ଏବଂ କଟକ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି କୃଷ୍ଣପ୍ରସାଦ ପଟ୍ଟନାୟକ ଘଟଣାର ଅନୁସନ୍ଧାନ କରିଛନ୍ତି। ଏହି ଦୁଇଟି ହତ୍ୟାକାଣ୍ଡରୁ ଜଣାପଡୁଛି ଯେ, ଦୁଇ ଦୁଇଟି ଘଟଣାରେ ବ୍ୟବସାୟୀମାନଙ୍କୁ ଟାର୍ଗେଟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri