ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ଆକ୍ରମଣ: ଗାଁରେ ଅଶାନ୍ତି

ପୁରୁଷୋତ୍ତମପୁର,୧୦।୧୧(ଡି.ଏନ୍‌.ଏ.): ଗୁଣିଗାରେଡ଼ି, ଅନ୍ଧବିଶ୍ବାସକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ବେଢଜି ନୂଆଁପଲ୍ଲୀ ଗ୍ରାମରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

ବୁଧବାର ରାତିରେ ଗୁଣିଗାରେଡ଼ି ସନ୍ଦେହରେ ଘରେ ପଶି କେତେକ ବ୍ୟକ୍ତି ଦମ୍ପତିଙ୍କୁ ଆକ୍ରମଣ କରିବା ସହ ଦାନ୍ତ ଭାଙ୍ଗି ଅଖାଦ୍ୟ(ବିଷ୍ଠା) ଖୁଆଇବାର ଉଦ୍ୟମ କରିଥିଲେ। ହେଲେ ଅଭିଯୁକ୍ତଙ୍କ କବଳରୁ କୌଶଳକ୍ରମେ ଦମ୍ପତି ଖସିଆସି ପୁରୁଷୋତ୍ତମପୁର ପୋଲିସର ଦ୍ବାରସ୍ଥ ହୋଇଥିଲେ। ଅଭିଯୋଗ ପରେ ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଘଟଣାକୁ ଗୁରୁତର ସହ ନେଇ ରାତିରେ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଅଭିଯୁକ୍ତମାନଙ୍କୁ ଥାନାକୁ ଆଣିଥିଲେ।

ଗୁରୁବାର ସକାଳେ ପୁଣି ପୋଲିସ ଅଧିକାରୀ ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କରିବା ସହ ଥାନାକୁ ଡକାଇ ଅନ୍ଧବିଶ୍ବାସରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ। ଏପରି କି ପୋଲିସ ଅଭିଯୋଗକୁ ଭିତ୍ତିକରି ଏକ ମାମଲା(ନଂ.୬୭୪/୨୨) ରୁଜୁକରି ଘଟଣାର ତଦନ୍ତ ଚାଲିଛି ବୋଲି ଆଇଆଇସି ଛୋଟରାୟ କହିଛନ୍ତି।

ରାଜୁ ଦାସ ନାମକ ଜଣେ ବ୍ୟକ୍ତି ଅଭିଯୋଗ କରିଛନ୍ତି, ସେ ଓ ତାଙ୍କ ସ୍ତ୍ରୀ ବନିତା ଗ୍ରାମ କୋଠିଶାଳ ଠାକୁରାଣୀଙ୍କ ପୂଜା କରନ୍ତି। ଠାକୁରାଣୀଙ୍କ କୁମ୍ଭଯାତ୍ରା ଚାଲିଥିବା ବେଳେ ଗ୍ରାମର ବଜାରି ଦାସଙ୍କ ସ୍ତ୍ରୀ ମମତା ଦାସଙ୍କ ଦେହରେ ଠାକୁରାଣୀ ଲାଗିଥିଲା। ଏହାକୁ ନେଇ ରାଜୁ ଓ ତାଙ୍କ ସ୍ତ୍ରୀ ଗୁଣିଗାରେଡ଼ି କରିଥିବାର ସନ୍ଦେହ କରି ବଜାରି ଦାସ ଓ ତାଙ୍କ ଭାଇ ହଜାରି, ମୁନା ଦାସ ସଂଘବଦ୍ଧ ଭାବେ ରାଜୁଙ୍କ ଘରେ ପଶି ଉଭୟ ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ। ଏହାସହ ଦାନ୍ତ ଭାଙ୍ଗି ବିଷ୍ଠା ଖୁଆଇବାକୁ ଉଦ୍ୟମ କରିଛନ୍ତି। ଏହି ଅଭିଯୋଗରେ ଅଭିଯୁକ୍ତ ତିନିଭାଇଙ୍କୁ ଅଟକ ରଖାଯାଇ ଗ୍ରାମରେ ଶାନ୍ତି ପ୍ରତିଷ୍ଠା ଲାଗି ସରପଞ୍ଚ, ଭଦ୍ରଲୋକଙ୍କୁ ନେଇ ଆଲୋଚନା କରାଯାଇଥିବା ବେଳେ ଏହାର ତଦନ୍ତ ଲାଗି ଏସ୍‌ଆଇ ଆଦିତ୍ୟ ନାରାୟଣ ପାତ୍ରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଆଇଆଇସି ଛୋଟରାୟ କହିଛନ୍ତି। ଅଭିଯୁକ୍ତମାନେ କହିଛନ୍ତି, ରାଜୁ ମଦ୍ୟପାନ କରିଥିବା ହେତୁ ତାଙ୍କୁ ତାଗିଦ କରିବାରୁ ସେ ଏଭଳି ମିଥ୍ୟା ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri