ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ଆକ୍ରମଣ: ଗାଁରେ ଅଶାନ୍ତି

ପୁରୁଷୋତ୍ତମପୁର,୧୦।୧୧(ଡି.ଏନ୍‌.ଏ.): ଗୁଣିଗାରେଡ଼ି, ଅନ୍ଧବିଶ୍ବାସକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ବେଢଜି ନୂଆଁପଲ୍ଲୀ ଗ୍ରାମରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

ବୁଧବାର ରାତିରେ ଗୁଣିଗାରେଡ଼ି ସନ୍ଦେହରେ ଘରେ ପଶି କେତେକ ବ୍ୟକ୍ତି ଦମ୍ପତିଙ୍କୁ ଆକ୍ରମଣ କରିବା ସହ ଦାନ୍ତ ଭାଙ୍ଗି ଅଖାଦ୍ୟ(ବିଷ୍ଠା) ଖୁଆଇବାର ଉଦ୍ୟମ କରିଥିଲେ। ହେଲେ ଅଭିଯୁକ୍ତଙ୍କ କବଳରୁ କୌଶଳକ୍ରମେ ଦମ୍ପତି ଖସିଆସି ପୁରୁଷୋତ୍ତମପୁର ପୋଲିସର ଦ୍ବାରସ୍ଥ ହୋଇଥିଲେ। ଅଭିଯୋଗ ପରେ ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଘଟଣାକୁ ଗୁରୁତର ସହ ନେଇ ରାତିରେ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଅଭିଯୁକ୍ତମାନଙ୍କୁ ଥାନାକୁ ଆଣିଥିଲେ।

ଗୁରୁବାର ସକାଳେ ପୁଣି ପୋଲିସ ଅଧିକାରୀ ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କରିବା ସହ ଥାନାକୁ ଡକାଇ ଅନ୍ଧବିଶ୍ବାସରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ। ଏପରି କି ପୋଲିସ ଅଭିଯୋଗକୁ ଭିତ୍ତିକରି ଏକ ମାମଲା(ନଂ.୬୭୪/୨୨) ରୁଜୁକରି ଘଟଣାର ତଦନ୍ତ ଚାଲିଛି ବୋଲି ଆଇଆଇସି ଛୋଟରାୟ କହିଛନ୍ତି।

ରାଜୁ ଦାସ ନାମକ ଜଣେ ବ୍ୟକ୍ତି ଅଭିଯୋଗ କରିଛନ୍ତି, ସେ ଓ ତାଙ୍କ ସ୍ତ୍ରୀ ବନିତା ଗ୍ରାମ କୋଠିଶାଳ ଠାକୁରାଣୀଙ୍କ ପୂଜା କରନ୍ତି। ଠାକୁରାଣୀଙ୍କ କୁମ୍ଭଯାତ୍ରା ଚାଲିଥିବା ବେଳେ ଗ୍ରାମର ବଜାରି ଦାସଙ୍କ ସ୍ତ୍ରୀ ମମତା ଦାସଙ୍କ ଦେହରେ ଠାକୁରାଣୀ ଲାଗିଥିଲା। ଏହାକୁ ନେଇ ରାଜୁ ଓ ତାଙ୍କ ସ୍ତ୍ରୀ ଗୁଣିଗାରେଡ଼ି କରିଥିବାର ସନ୍ଦେହ କରି ବଜାରି ଦାସ ଓ ତାଙ୍କ ଭାଇ ହଜାରି, ମୁନା ଦାସ ସଂଘବଦ୍ଧ ଭାବେ ରାଜୁଙ୍କ ଘରେ ପଶି ଉଭୟ ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ। ଏହାସହ ଦାନ୍ତ ଭାଙ୍ଗି ବିଷ୍ଠା ଖୁଆଇବାକୁ ଉଦ୍ୟମ କରିଛନ୍ତି। ଏହି ଅଭିଯୋଗରେ ଅଭିଯୁକ୍ତ ତିନିଭାଇଙ୍କୁ ଅଟକ ରଖାଯାଇ ଗ୍ରାମରେ ଶାନ୍ତି ପ୍ରତିଷ୍ଠା ଲାଗି ସରପଞ୍ଚ, ଭଦ୍ରଲୋକଙ୍କୁ ନେଇ ଆଲୋଚନା କରାଯାଇଥିବା ବେଳେ ଏହାର ତଦନ୍ତ ଲାଗି ଏସ୍‌ଆଇ ଆଦିତ୍ୟ ନାରାୟଣ ପାତ୍ରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଆଇଆଇସି ଛୋଟରାୟ କହିଛନ୍ତି। ଅଭିଯୁକ୍ତମାନେ କହିଛନ୍ତି, ରାଜୁ ମଦ୍ୟପାନ କରିଥିବା ହେତୁ ତାଙ୍କୁ ତାଗିଦ କରିବାରୁ ସେ ଏଭଳି ମିଥ୍ୟା ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?