Posted inଜାତୀୟ

କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, କିଛି ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ କରିବା ସହ ସିସିଟିଭି କ୍ୟାମେରା ଏବଂ ସୁରକ୍ଷା ବ୍ୟାରିକେଡକୁ ଭାଙ୍ଗିଦେଇଛନ୍ତି। ଏତଦ୍‌ ବ୍ୟତୀତ ଫାଟକରେ ଲାଗିଥିବା ବୁମ ବ୍ୟାରିକେଡକୁ ମଧ୍ୟ ଭାଙ୍ଗିଦିଆଯାଇଛି। ଭାଜପା ଗୁଣ୍ଡା ଏଭଳି ଭଙ୍ଗାରୁଜା କରିଛନ୍ତି ବୋଲି ସିସୋଡିଆ ଅଭିଯୋଗ କରିଛନ୍ତି। ଏଥିସହ ସେ କହିଛନ୍ତି, ଭାଜପା ପୋଲିସ ସେମାନଙ୍କୁ ଅଟକାଇବା ବଦଳରେ ଗେଟ୍‌ ସମ୍ମୁଖକୁ ନେଇ ଆସିଥିଲା ବୋଲି ସିସୋଡିଆ କହିଛନ୍ତି। ସୂଚନା ମୁତାବକ ଭାଜପା ଯୁବ ମୋର୍ଚ୍ଚାର ପ୍ରାୟ ୧୫୦ରୁ ୨୦୦ କର୍ମକର୍ତ୍ତା ବୁଧବାର ସକାଳ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲଙ୍କ ବାସଭବନରେ ପହଞ୍ଚି ବିରୋଧ ପ୍ରଦର୍ଶନ କରିଥିଲେ। ‘ଦ କଶ୍ମୀର ଫାଇଲ୍ସ’ ଫିଲ୍ମକୁ ନେଇ କେଜ୍ରିଓ୍ବାଲ ଦେଇଥିବା ବୟାନ ଉପରେ ଏହି ପ୍ରଦର୍ଶନ କରାଯାଇଥିଲା। ତେବେ ପ୍ରାୟ ଗୋଟାଏ ସମୟରେ କିଛି ପ୍ରଦର୍ଶନକାରୀ ବ୍ୟାରିକେଡ ଭଙ୍ଗାରୁଜା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟକୁ ପହଞ୍ଚିଯାଇଥିଲେ। ଏହାପରେ ତାଙ୍କ ଘର ଉପରକୁ ରଙ୍ଗ ପକାଇବା ସହ ସିସିଟିଭି କ୍ୟାମେରାକୁ ମଧ୍ୟ ଭାଙ୍ଗିଦେଇଥିଲେ। ଘଟଣାସ୍ଥଳରେ ତୁରନ୍ତ ପୋଲିସ ପହଞ୍ଚି ୭୦ଜଣଙ୍କୁ ଗିରଫ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବୋଲି ଉତ୍ତର ଦିଲ୍ଲୀ ଡିସିପି ସୂଚନା ଦେଇଛନ୍ତି। ଅନ୍ୟପଟେ ଏହି ପ୍ରସଙ୍ଗରେ ରାଜ୍ୟ ସଭା ଏମ୍‌ପି ରାଘବ ଚଡ୍ଡା ଟୁଇଟ କରି ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ପୋଲିସ ଉପସ୍ଥିତିରେ ଭାଜପାର ଏହି ଗୁଣ୍ଡାମାନେ ବ୍ୟାରିକେଡ ଓ ସିସିଟିଭି କ୍ୟାମେରା ଭାଙ୍ଗିଛନ୍ତି। ପଞ୍ଜାବରେ ଶୋଚନୀୟ ପରାଜୟ ପରେ କ୍ରୋଧରେ ଭାଜପା ଏଭଳି ଖରାପ ରାଜନୀତିକୁ ଓହ୍ଲାଇଛି ବୋଲି ରାଘବ ଚଡ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri