Posted inଜାତୀୟ

କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, କିଛି ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ କରିବା ସହ ସିସିଟିଭି କ୍ୟାମେରା ଏବଂ ସୁରକ୍ଷା ବ୍ୟାରିକେଡକୁ ଭାଙ୍ଗିଦେଇଛନ୍ତି। ଏତଦ୍‌ ବ୍ୟତୀତ ଫାଟକରେ ଲାଗିଥିବା ବୁମ ବ୍ୟାରିକେଡକୁ ମଧ୍ୟ ଭାଙ୍ଗିଦିଆଯାଇଛି। ଭାଜପା ଗୁଣ୍ଡା ଏଭଳି ଭଙ୍ଗାରୁଜା କରିଛନ୍ତି ବୋଲି ସିସୋଡିଆ ଅଭିଯୋଗ କରିଛନ୍ତି। ଏଥିସହ ସେ କହିଛନ୍ତି, ଭାଜପା ପୋଲିସ ସେମାନଙ୍କୁ ଅଟକାଇବା ବଦଳରେ ଗେଟ୍‌ ସମ୍ମୁଖକୁ ନେଇ ଆସିଥିଲା ବୋଲି ସିସୋଡିଆ କହିଛନ୍ତି। ସୂଚନା ମୁତାବକ ଭାଜପା ଯୁବ ମୋର୍ଚ୍ଚାର ପ୍ରାୟ ୧୫୦ରୁ ୨୦୦ କର୍ମକର୍ତ୍ତା ବୁଧବାର ସକାଳ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲଙ୍କ ବାସଭବନରେ ପହଞ୍ଚି ବିରୋଧ ପ୍ରଦର୍ଶନ କରିଥିଲେ। ‘ଦ କଶ୍ମୀର ଫାଇଲ୍ସ’ ଫିଲ୍ମକୁ ନେଇ କେଜ୍ରିଓ୍ବାଲ ଦେଇଥିବା ବୟାନ ଉପରେ ଏହି ପ୍ରଦର୍ଶନ କରାଯାଇଥିଲା। ତେବେ ପ୍ରାୟ ଗୋଟାଏ ସମୟରେ କିଛି ପ୍ରଦର୍ଶନକାରୀ ବ୍ୟାରିକେଡ ଭଙ୍ଗାରୁଜା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟକୁ ପହଞ୍ଚିଯାଇଥିଲେ। ଏହାପରେ ତାଙ୍କ ଘର ଉପରକୁ ରଙ୍ଗ ପକାଇବା ସହ ସିସିଟିଭି କ୍ୟାମେରାକୁ ମଧ୍ୟ ଭାଙ୍ଗିଦେଇଥିଲେ। ଘଟଣାସ୍ଥଳରେ ତୁରନ୍ତ ପୋଲିସ ପହଞ୍ଚି ୭୦ଜଣଙ୍କୁ ଗିରଫ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବୋଲି ଉତ୍ତର ଦିଲ୍ଲୀ ଡିସିପି ସୂଚନା ଦେଇଛନ୍ତି। ଅନ୍ୟପଟେ ଏହି ପ୍ରସଙ୍ଗରେ ରାଜ୍ୟ ସଭା ଏମ୍‌ପି ରାଘବ ଚଡ୍ଡା ଟୁଇଟ କରି ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ପୋଲିସ ଉପସ୍ଥିତିରେ ଭାଜପାର ଏହି ଗୁଣ୍ଡାମାନେ ବ୍ୟାରିକେଡ ଓ ସିସିଟିଭି କ୍ୟାମେରା ଭାଙ୍ଗିଛନ୍ତି। ପଞ୍ଜାବରେ ଶୋଚନୀୟ ପରାଜୟ ପରେ କ୍ରୋଧରେ ଭାଜପା ଏଭଳି ଖରାପ ରାଜନୀତିକୁ ଓହ୍ଲାଇଛି ବୋଲି ରାଘବ ଚଡ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri