ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା ବେଳେ ଡ୍ରାଇଭର ଗଗନ ବିହାରୀ ସାହୁ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଏହି ଘଟଣା ଘଟିଛି। ଖବର ପାଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଏବଂ ଏସ୍‌ପି ସାଗରିକା ନାଥ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ବାଲିଘାଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଘଟଣାସ୍ଥଳରେ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଆକ୍ରମଣକାରୀଙ୍କୁ ଚିହ୍ନଟ କରାଯାଇଛି ଓ ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି। ସୂଚନା ଅନୁଯାୟୀ, ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳବାସୀ ସୋନ ଓ ବୁଢ଼ାବଳଙ୍ଗ ନଦୀରୁ ମେଶିିନ ଯୋଗେ ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ହେଉଥିବା ସମ୍ପର୍କରେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଉପ ଜିଲାପାଳ ଚଭନଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢ଼ାଉ କରି ବାଲି ଉତ୍ତୋଳନରେ ବ୍ୟବହୃତ ମେଶିନ, ଟ୍ରାକ୍ଟର ଓ ପାଖାପାଖି ୫୦୦ ଟ୍ରିପ୍‌ ବାଲି ଜବତ କରି ସ୍ଥାନୀୟ ଲୋକଙ୍କ ଜିମା ଦେଇଥିଲେ। ଶୁକ୍ରବାର ଉପ ଜିଲାପାଳ ସେଠାକୁ ସ୍ଥିତି ପରଖିବାକୁ ଯାଇଥିବା ବେଳେ ବାଲି ଚୋରାଚାଲାଣକାରୀମାନେ ତାଙ୍କ ଉପରେ ଢ଼େଲାପଥର ମାଡ଼ କରିଥିଲେ। ଏହି ଆକ୍ରମଣରେ ଉପ ଜିଲାପାଳ ଆହତ ହୋଇଥିବା ବେଳେ ତାଙ୍କ ଡ୍ରାଇଭର ଗୁରୁତର ହୋଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଭର୍ତ୍ତି କରାଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ଉପ ଜିଲାପାଳ କ୍ୱାର୍ଟର୍ସକୁ ଫେରିଯାଇଥିବା ବେଳେ ତାଙ୍କ ଡ୍ରାଇଭରଙ୍କ ଅବସ୍ଥା ଭଲ ଥିବା ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ମୃତ୍ୟୁଞ୍ଜୟ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri