ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା ବେଳେ ଡ୍ରାଇଭର ଗଗନ ବିହାରୀ ସାହୁ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଏହି ଘଟଣା ଘଟିଛି। ଖବର ପାଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଏବଂ ଏସ୍‌ପି ସାଗରିକା ନାଥ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ବାଲିଘାଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଘଟଣାସ୍ଥଳରେ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଆକ୍ରମଣକାରୀଙ୍କୁ ଚିହ୍ନଟ କରାଯାଇଛି ଓ ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି। ସୂଚନା ଅନୁଯାୟୀ, ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳବାସୀ ସୋନ ଓ ବୁଢ଼ାବଳଙ୍ଗ ନଦୀରୁ ମେଶିିନ ଯୋଗେ ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ହେଉଥିବା ସମ୍ପର୍କରେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଉପ ଜିଲାପାଳ ଚଭନଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢ଼ାଉ କରି ବାଲି ଉତ୍ତୋଳନରେ ବ୍ୟବହୃତ ମେଶିନ, ଟ୍ରାକ୍ଟର ଓ ପାଖାପାଖି ୫୦୦ ଟ୍ରିପ୍‌ ବାଲି ଜବତ କରି ସ୍ଥାନୀୟ ଲୋକଙ୍କ ଜିମା ଦେଇଥିଲେ। ଶୁକ୍ରବାର ଉପ ଜିଲାପାଳ ସେଠାକୁ ସ୍ଥିତି ପରଖିବାକୁ ଯାଇଥିବା ବେଳେ ବାଲି ଚୋରାଚାଲାଣକାରୀମାନେ ତାଙ୍କ ଉପରେ ଢ଼େଲାପଥର ମାଡ଼ କରିଥିଲେ। ଏହି ଆକ୍ରମଣରେ ଉପ ଜିଲାପାଳ ଆହତ ହୋଇଥିବା ବେଳେ ତାଙ୍କ ଡ୍ରାଇଭର ଗୁରୁତର ହୋଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଭର୍ତ୍ତି କରାଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ଉପ ଜିଲାପାଳ କ୍ୱାର୍ଟର୍ସକୁ ଫେରିଯାଇଥିବା ବେଳେ ତାଙ୍କ ଡ୍ରାଇଭରଙ୍କ ଅବସ୍ଥା ଭଲ ଥିବା ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ମୃତ୍ୟୁଞ୍ଜୟ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri