ଡିଏଫ୍‌ଓଙ୍କୁ ପଥର ମାଫିଆଙ୍କ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଅଫିସ,୧୧ା୧୨: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରମଟାଙ୍ଗର ଗ୍ରାମରେ ନିକଟରେ ଶନିବାର ବିଳମ୍ବିତ ରାତିରେ ପଥର ମାଫିଆମାନେ ଜିଲା ବନଖଣ୍ଡ ଅଧିକାରୀ ତଥା ଡିଏଫ୍‌ଓ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ତାଙ୍କ ମୁଣ୍ଡର ଡାହାଣ ପାର୍ଶ୍ୱରେ ଗଭୀର ଆଘାତ ଲାଗିଛି। ସେ ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସିତ ହୋଇଥିଲେ। ଜିଲା ବନଖଣ୍ଡ ଅଧିକାରୀ ଶନିବାର ବିଳମ୍ବିତ ରାତିରେ କୁରମଟାଙ୍ଗର ଗ୍ରାମ ନିକଟରେ ସଦର ରେଞ୍ଜ କପିଳାସ ଅଭୟାରଣ୍ୟରେ ହାତୀମାନଙ୍କ ଗତିବିଧି ଓ ହାତୀ ସ୍କ୍ବାଡ ସଦସ୍ୟ କିଭଳି ପାଟ୍ରୋଲିଂ କରୁଛନ୍ତି ଏହାକୁ ଦେଖିବା ପାଇଁ ହଠାତ୍‌ ଯାଇ ସେଠାରେ ପହଞ୍ଚିଥିଲେ। ସେହି ସମୟରେ ଅଭୟାରଣ୍ୟ ନିକଟରେ ଥିବା ବେଆଇନ ପଥର ଖାଦାନରେ ମାଫିଆମାନେ ପଥର ଚୋରାଚାଲାଣ କରୁଥିଲେ। ଜିଲା ବନଖଣ୍ଡ ଅଧିକାରୀ ଗାଡ଼ି ରଖି ସେମାନଙ୍କୁ ପଚରାଉଚରା କରିବା ସହିତ କାଗଜପତ୍ର ଦେଖାଇବାକୁ କହିବାରୁ ପଥର ମାଫିଆମାନେ ଇଟ୍ଟା ଧରି ତାଙ୍କ ମୁଣ୍ଡକୁ ଆକ୍ରମଣ କରି ଫେରାର ହୋଇ ଯାଇଥିଲେ। ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ରବିବାର ପୂର୍ବାହ୍ନ ୧୧ ଠାରେ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇଁ ସଦର ଥାନା ପୋଲିସ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାସ୍ଥଳରୁ ଗୋଟିଏ ପଥର ବୋଝେଇ ଟ୍ରକକୁ ବନ ବିଭାଗ ଜବତ କରିଛି। ପଥର ମାଫିଆମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ବନଖଣ୍ଡ ଅଧିକାରୀ କହିଛନ୍ତି। କାର୍ଯ୍ୟରତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଆକ୍ରମଣ ଘଟଣାକୁ ବରଦାସ୍ତ କରାଯିବନି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସରୋଜ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri