ଡିଏଫ୍‌ଓଙ୍କୁ ପଥର ମାଫିଆଙ୍କ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଅଫିସ,୧୧ା୧୨: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରମଟାଙ୍ଗର ଗ୍ରାମରେ ନିକଟରେ ଶନିବାର ବିଳମ୍ବିତ ରାତିରେ ପଥର ମାଫିଆମାନେ ଜିଲା ବନଖଣ୍ଡ ଅଧିକାରୀ ତଥା ଡିଏଫ୍‌ଓ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ତାଙ୍କ ମୁଣ୍ଡର ଡାହାଣ ପାର୍ଶ୍ୱରେ ଗଭୀର ଆଘାତ ଲାଗିଛି। ସେ ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସିତ ହୋଇଥିଲେ। ଜିଲା ବନଖଣ୍ଡ ଅଧିକାରୀ ଶନିବାର ବିଳମ୍ବିତ ରାତିରେ କୁରମଟାଙ୍ଗର ଗ୍ରାମ ନିକଟରେ ସଦର ରେଞ୍ଜ କପିଳାସ ଅଭୟାରଣ୍ୟରେ ହାତୀମାନଙ୍କ ଗତିବିଧି ଓ ହାତୀ ସ୍କ୍ବାଡ ସଦସ୍ୟ କିଭଳି ପାଟ୍ରୋଲିଂ କରୁଛନ୍ତି ଏହାକୁ ଦେଖିବା ପାଇଁ ହଠାତ୍‌ ଯାଇ ସେଠାରେ ପହଞ୍ଚିଥିଲେ। ସେହି ସମୟରେ ଅଭୟାରଣ୍ୟ ନିକଟରେ ଥିବା ବେଆଇନ ପଥର ଖାଦାନରେ ମାଫିଆମାନେ ପଥର ଚୋରାଚାଲାଣ କରୁଥିଲେ। ଜିଲା ବନଖଣ୍ଡ ଅଧିକାରୀ ଗାଡ଼ି ରଖି ସେମାନଙ୍କୁ ପଚରାଉଚରା କରିବା ସହିତ କାଗଜପତ୍ର ଦେଖାଇବାକୁ କହିବାରୁ ପଥର ମାଫିଆମାନେ ଇଟ୍ଟା ଧରି ତାଙ୍କ ମୁଣ୍ଡକୁ ଆକ୍ରମଣ କରି ଫେରାର ହୋଇ ଯାଇଥିଲେ। ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ରବିବାର ପୂର୍ବାହ୍ନ ୧୧ ଠାରେ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇଁ ସଦର ଥାନା ପୋଲିସ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାସ୍ଥଳରୁ ଗୋଟିଏ ପଥର ବୋଝେଇ ଟ୍ରକକୁ ବନ ବିଭାଗ ଜବତ କରିଛି। ପଥର ମାଫିଆମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ବନଖଣ୍ଡ ଅଧିକାରୀ କହିଛନ୍ତି। କାର୍ଯ୍ୟରତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଆକ୍ରମଣ ଘଟଣାକୁ ବରଦାସ୍ତ କରାଯିବନି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସରୋଜ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri