ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୯।୨(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡରେ ରବିବାର ଧରିତ୍ରୀ ଲାଇଭ୍‌ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ହୋଇଛି। ଗାଡି ସାଇଡ୍‌ କରିବାକୁ କହିବାରୁ ଦୁଇଜଣ ଅସାମାଜିକ ବ୍ୟକ୍ତି ଉତ୍ତ୍ୟକ୍ତ ହୋଇ ଧରିତ୍ରୀ ଲାଇଭ୍‌ ଟିମ୍‌କୁ ହଠାତ୍‌ ଆକ୍ରମଣ କରିବା ସହ ଗାଡିକୁ ଚେପା କରି କ୍ୟାମେରାକୁ ଭାଙ୍ଗି ଦେଇଥିଲେ।

ଅଭିଯୁକ୍ତଦ୍ୱୟ ଘଟଣାସ୍ଥଳରୁ ସ୍କୁଟି ଯୋଗେ ଫେରାର ହୋଇଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ପାଇଁ ଏସଂକ୍ରାନ୍ତରେ ଦେବୀ ଥାନାରେ ଏତଲା ଦେଇଥିଲେ। ଲକ୍ଷ୍ମୀସାଗର ପୋଲିସ ଏତଲାକୁ ଆଧାର ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୨୬(୨), ୧୧୫(୨), ୨୯୬, ୩୫୧(୨), ୩୨୪(୪), ୩(୫)ରେ ମାମଲା (ନଂ.୮୪/୨୦୨୫) ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଏତଲା ଅନୁଯାୟୀ, ଖବର ସଂଗ୍ରହ କରି ଦେବୀ ତାଙ୍କ ଟିମ୍‌ ସହ ମଧ୍ୟାନ୍ନ ପ୍ରାୟ ୧୨ଟା ବଳେ କଟକ-ପୁରୀ ବାଇପାସ୍‌ ରୋଡରୁ ଝାରପଡା ରୋଡ ହୋଇ ଆସୁଥିଲେ। ଏହି ସମୟରେ ରାସ୍ତା ମଝିରେ ଅଭିଯୁକ୍ତଦ୍ୱୟ ସ୍କୁଟି (ଓଡି୦୨ବିଏନ୍‌୭୨୪୬) ଠିଆ କରି ଜାମ୍‌ ସୃଷ୍ଟି କରିଥିଲେ। ରାସ୍ତା ଖାଲି କରିବାକୁ କହିବାରୁ ଚାଳକ ଶୁଣି ନ ଥିଲେ। ଫଳରେ ପୋଲିସକୁ ଜଣାଇବା ପାଇଁ ଦେବୀ ଉକ୍ତ ସ୍କୁଟିର ଫଟୋ ଉଠାଇବାକୁ ଚେଷ୍ଟା କରିଥିଲେ। ପରିସ୍ଥିତିକୁ ଏଡାଇବା ପାଇଁ ଦେବୀ ତାଙ୍କ ଟିମ୍‌ ସହ ସେଠାରୁ ଆସିବାକୁ ଚେଷ୍ଟା କରୁଥିବା ବେଳେ ଅଭିଯୁକ୍ତଦ୍ୱୟ ଗାଡିକୁ ପିଛା କରିଥିଲେ। ସେମାନେ କିଛିବାଟ ଆସି ଗାଡିକୁ ଅଟକାଇ ବନେଟ୍‌କୁ ବିଧା ମାରିବା ସହ ଡୋର୍‌ ଖୋଲି ଦେବୀଙ୍କୁ ଧକ୍କା ମାରିଥିଲେ।

ଆକ୍ରମଣରେ ଦେବୀଙ୍କ ବାମଗୋଡ ଅଙ୍ଗୁଠି କ୍ଷତାକ୍ତ ହୋଇଥିଲା। ନିଶାଗ୍ରସ୍ତ ଅବସ୍ଥାରେ ସେମାନେ ସେଠାରେ ଏଭଳି କିଛିସମୟ ଆତଙ୍କ ରଚିଥିଲେ। କ୍ୟାମେରାମାନ ପଙ୍କଜ ମାହାପାତ୍ରଙ୍କୁ ମଧ୍ୟ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ଏଥିସହ ପଥର ପକାଇ ମାରିବାକୁ ଧମକ ଦେଇଥିଲେ। ଡ୍ରାଇଭର ବିପିନ କୁମାର ଦଳାଇ ସେମାନଙ୍କୁ ବିରୋଧ କରିବା ସହ ଅଭିଯୁକ୍ତଦ୍ୱୟ ତାଙ୍କ ସହ ଯୁକ୍ତିତର୍କ କରିଥିଲେ। ତେବେ ଦେବୀ ଏହି ସମସ୍ତ ଘଟଣାର ଖବର ସଂଗ୍ରହ କରିବା ସହ ପ୍ରତିବାଦ କରିଥିଲେ। ହେଲେ ଅଭିଯୁକ୍ତଦ୍ୱୟ ଅଶ୍ଲୀଳ ଭାଷାରେ ଗାଳିଗୁଲଜ ଦେଇ ସେଠାରୁ ଚାଲିଯାଇଥିଲେ। ତେବେ ସ୍ବତନ୍ତ୍ର ପୋଲିସ ଟିମ୍‌ ଗଠନ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?