ଜଟଣୀ ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ

ଖୋର୍ଦ୍ଧା,୩୦ା୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ହାଟବଜାର ନିକଟରେ ଶୁକ୍ରବାର ଧରିତ୍ରୀ ଖବରଦାତା ରବୀନ୍ଦ୍ରନାଥ ମହାକୁଡ଼ଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏପରିକି ମୁଣ୍ଡରେ ବନ୍ଧୁକ ଲଗାଇବା ସହ ତାଙ୍କୁ ଏବଂ ପରିବାର ସଦସ୍ୟଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ହାଟବଜାର (ଜଟଣୀ ଗ୍ରାମ)ର ଚିନୁ ବସ୍ତିଆ ଏବଂ ତାଙ୍କର ୧୦ଜଣ ସହଯୋଗୀ ଆକ୍ରମଣ କରିଥିବା ନେଇ ଜଟଣୀ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତିକରି ୩ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଅନ୍ୟପଟେ ଆକ୍ରମଣରେ ଗୁରୁତର ହୋଇଥିବା ରବୀନ୍ଦ୍ର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି।
ଅଭିଯୋଗ ମୁତାବକ, ଗତ ଅକ୍ଟୋବର ୧୮ତାରିଖ ମଧ୍ୟାହ୍ନ ୧୨ଟାରେ ହାଟବଜାର ମେଲଣ ପଡ଼ିଆସ୍ଥିତ ରାସ୍ତା ମରାମତି କାର୍ଯ୍ୟ ଚାଲିଥିଲା। ସେଠାରେ ନିମ୍ନମାନର କାର୍ଯ୍ୟ ହେଉଥିବା ଖବରପାଇ ରବୀନ୍ଦ୍ର ସେଠାରେ ପହଞ୍ଚିବା ସହ ଫଟୋ ଓ ଭିଡିଓ ଉତ୍ତୋଳନ କରିଥିଲେ। ଗତ ୩୦ ତାରିଖରେ ଜଟଣୀ ଗ୍ରାମର ଜଣେ ବ୍ୟକ୍ତିଙ୍କ ଏକାଦଶାହ କାର୍ଯ୍ୟରେ ରବୀନ୍ଦ୍ର ଯୋଗଦେବାକୁ ଯାଇଥିବା ବେଳେ ଚିନୁ ବସ୍ତିଆ, ବାବିନା ବଳିୟାରସିଂହ ଏବଂ କୁନା ଜେନା ତାଙ୍କୁ ଅଟକାଇ କାହିଁ ଫଟୋ ଉଠାଉଥିଲୁ ବୋଲି ପଚାରିବା ସହ ଗାଳିଗୁଲଜ କରିଥିଲେ। ଏପରିକି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସେହିପରି ଗୁରୁବାର ଅପରାହ୍ନ ୨ଟାରେ ସ୍ଥାନୀୟ ରେଲଓ୍ବେ ଷ୍ଟେଶନରେ ବେଆଇନ ହକରିଂକୁ ନେଇ ରବୀନ୍ଦ୍ର ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ସେଠାରେ ଫଟୋ ଉଠାଇବା ସହ ଭିଡିଓ ଉତ୍ତୋଳନ କରିଥିଲେ। ଏନେଇ ରେଳ ସୁରକ୍ଷା ବଳ ଅଧିକାରୀଙ୍କୁ ଅବଗତ ମଧ୍ୟ କରାଇଥିଲେ। ଏହି ଘଟଣାକୁ ନେଇ ଶୁକ୍ରବାର ଚିନୁ ବସ୍ତିଆ ଏବଂ ତାଙ୍କର ୧୦ଜଣ ସହଯୋଗୀ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୋଗ ପାଇଛି। ଘଟଣାର ତଦନ୍ତ କରି ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ସେହିପରି ଜଟଣୀ ଥାନା ଅଧିକାରୀ ସୌମ୍ୟକାନ୍ତ ବଳିୟାରସିଂ କହିଛନ୍ତି, ଏହି ଘଟଣାରେ ୩ଜଣଙ୍କୁ ଅଟକ ରଖାଯାଇ ପଚରାଉଚରା ଚାଲିଛି। ଅନ୍ୟପକ୍ଷରେ ଖବରଦାତାଙ୍କ ଉପରେ ଆକ୍ରମଣ ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?