ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍‌ ଏହି ଶୁଣାଣିକୁ ସ୍ଥଗିତ ରଖିଛନ୍ତି।
ଏହା ସହ ଇନ୍‌ଜୁରୀ, ସିଡି ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୦ ତାରିଖ ସନ୍ଧ୍ୟାରେ ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ହୋଇଥିଲା। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ ହୋଇଥିଲା। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।